Advertisment

ହଷ୍ଟେଲ ବାଥରୁମ୍‌ରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର

ଛାତ୍ରୀଙ୍କୁ ହତ୍ୟା କରାଯାଇଛି ନା ସେ ଆତ୍ମହତ୍ୟା କରିଛନ୍ତି ତାହା ଜଣାପଡ଼ିନାହିଁ।

Tension situation

Tension situation

Advertisment

ହଷ୍ଟେଲ ବାଥରୁମ୍‌ରୁ ଜଣେ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। କଳାହାଣ୍ଡି ଜିଲ୍ଲା ମା’ ମାଣିକେଶ୍ୱରୀ ବିଶ୍ୱ ବିଦ୍ୟାଳୟ ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଠାବ କରାଯାଇଛି। ମୃତ ଛାତ୍ରୀ ଜଣଙ୍କ ଥୁ.ରାମପୁର ରାମପୁର ବ୍ଳକ ଅନ୍ତର୍ଗତ ବିରିକୋଟ ଗାଁର ତୋଫାଲି ନାଏକ। ଛାତ୍ରୀ ଜଣଙ୍କ +୨ ପ୍ରଥମ ବର୍ଷ ପଢ଼ୁଥିଲେ।

Advertisment

ଆଜି ସକାଳେ ଛାତ୍ରୀ ଜଣଙ୍କ ବାଥରୁମ୍‌ ଯାଇଥିଲେ। ହେଲେ ବିଳମ୍ବିତ ସମୟ ପର୍ଯ୍ୟନ୍ତ କବାଟ ଖୋଲିନଥିଲେ। ଏନେଇ ସହପାଠୀମାନଙ୍କର ସନ୍ଦେହ ହୋଇଥିଲା। କବାଟ ବାଡ଼େଇ ଛାତ୍ରୀଙ୍କୁ ଡାକିଥିଲେ। ହେଲେ ଛାତ୍ରୀର ଜଣଙ୍କ କବାଟ ଖୋଲି ନଥିଲେ। ଏନେଇ ସହପାଠୀମାନେ କର୍ତ୍ତୃପକ୍ଷଙ୍କୁ ଜଣାଇଥିଲେ। ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ଏସଂପର୍କରେ ପୁଲିସକୁ ଜଣାଇଥିଲେ। ପୁଲିସ ପହଞ୍ଚି ଛାତ୍ରୀଙ୍କୁ ହଷ୍ଟେଲରୁ ଉଦ୍ଧାର କରିଛି।

ଛାତ୍ରୀଙ୍କୁ ହତ୍ୟା କରାଯାଇଛି ନା ସେ ଆତ୍ମହତ୍ୟା କରିଛନ୍ତି ତାହା ଜଣାପଡ଼ିନାହିଁ। ପୁଲିସ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି।ଏହାସହ ମୃତ ଛାତ୍ରୀଙ୍କ ପରିବାର ଲୋକଙ୍କୁ ମଧ୍ୟ ଖବର ଦିଆଯାଇଛି।

Advertisment
Deadbody Kalahandi
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe