Advertisment

ବିଧାୟକଙ୍କ ଅଫିସ୍ ପରିସରରେ ପଡ଼ିଛି ବୋମା

କୌଣସି କୁଚକ୍ରୀ ଗୋଷ୍ଠୀ ଏପରି କରିଥିବା ତାଳଚେର ବିଧାୟକ କହିଛନ୍ତି।

ଅଦ୍ୟତନ ହୋଇଛି
Bomb

Bomb

Advertisment

ତାଳଚେର ବିଧାୟକ ବ୍ରଜ କିଶୋର ପ୍ରଧାନଙ୍କ ଅଫିସ୍ ପରିସରରେ ଏକ ବୋମା ପଡ଼ିଛି। ତେବେ ବୋମାଟି କେଉଁଠୁ ଆସିଲା, କିଏ ରଖିଛି ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ।

Advertisment

ଆଜି ସକାଳେ ବିଧାୟକଙ୍କ ନନ୍ଦିରା ସ୍ଥିତ ଅଫିସ୍ ପରିସରରରେ ଗୋଟିଏ ବୋମା ପଡ଼ିଥିବା ଜଣେ କର୍ମୀ ଦେଖିଥିଲେ। ଏନେଇ ପୁଲିସକୁ ଖବର ଦେଇଥିଲେ। ବୋମାରେ ଟାଇମର ଲାଗିଥିବା ଜଣାଯାଇଛି। ବୋମାଟିକୁ ନିଷ୍କ୍ରୟ କରିବା ପାଇଁ ବମ୍‌ ସ୍କ୍ୱାର୍ଡକୁ ଖବର ଦିଆଯାଇଛି।

ତେବେ ବିଧାୟକଙ୍କ ଅଫିସ୍ ପରିସରରରେ ବୋମାଟିକୁ କିଏ ପକାଇଲା, ଏହା ପଛରେ କ’ଣ କାରଣ ରହିଛି ଜଣାପଡ଼ିନାହିଁ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ସ୍ଥାନୀୟ ଲୋକଙ୍କୁ ପଚରାଉଚରା କରିବା ସହ ଘଟଣାର ତଦନ୍ତ କରୁଛି।  କୌଣସି କୁଚକ୍ରୀ ଗୋଷ୍ଠୀ ଏପରି କରିଥିବା ତାଳଚେର ବିଧାୟକ କହିଛନ୍ତି।

Advertisment
Bombing Bjd Mla
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe