ବ୍ରହ୍ମପୁର: ବ୍ରହ୍ମପୁର ବିଏନ୍ପୁର ଥାନା ଅନ୍ତର୍ଗତ ଖୋଡ଼ାସିଙ୍ଗ ଛକର ମୁଖ୍ୟ ରାସ୍ତାରେ ମଙ୍ଗଳବାର ପୂର୍ବାହ୍ନରେ ଦୁଇଟି ବୋମା ମାଡ଼ ହୋଇଛି। ଏଥିରେ କୌଣସି କ୍ଷୟକ୍ଷତି ହୋଇନାହିଁ। ଖବର ପାଇବା ପରେ ବ୍ରହ୍ମପୁର ଏସଡିପିଓ ଓ ବିଏନପୁର ଥାନା ଅଧିକାରୀ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଘଟଣାସ୍ଥଳରୁ ଦୁର୍ବୃତ୍ତମାନଙ୍କର ଗୋଟିଏ ମୋବାଇଲ୍ ଓ ଦୁଇଟି କ୍ୟାପ୍ ପୋଲିସ୍ ଜବତ କରିଛି।
ବ୍ରହ୍ମପୁର ଏସ୍ଡିପିଓ ଶାନ୍ତନୁ କୁମାର ଦାସ କହିଛନ୍ତି,“ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି ଯେ ଦୁର୍ବୃତ୍ତମାନେ ଦୁଇଟି ବାଇକ୍ରେ ଗୋଡ଼ା ଗୋଡ଼ି ହୋଇ ଆସି ବୋମା ମାଡ଼ କରିଥିଲେ। ସେମାନଙ୍କ ମଧ୍ୟରେ ମାର୍ପିଟ୍ ମଧ୍ୟ ହୋଇଥିଲା। ଘଟଣାସ୍ଥଳରୁ ଗୋଟିଏ ମୋବାଇଲ୍ ଓ ଦୁଇଟି କ୍ୟାପ୍ ଜବତ କରାଯାଇଛି। ଘଟଣାର ତଦନ୍ତ କରାଯାଉଛି। ତଦନ୍ତ ପରେ ଘଟଣା ସଂପର୍କରେ ସବିଶେଷ ତଥ୍ୟ ମିଳିପାରିବ।”
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନାବାଳିକାକୁ ଗଣଦୁଷ୍କର୍ମ ମାମଲାରେ ଦୁଇ ଜଣଙ୍କୁ ଆଜୀବନ କାରାଦଣ୍ଡ
ପରିବାର ଲୋକେ ଖବର ପାଇ ଝିଅକୁ ରାସ୍ତାକଡ଼ରୁ ଉଦ୍ଧାର କରିଥିଲେ।
Crime
୫ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗରେ ୫୫ ବର୍ଷୀୟ ବ୍ୟକ୍ତି ଗିରଫ
ଅଭିଯୋଗ ପାଇବା ପରେ ପୁଲିସ ଅଭିଯୁକ୍ତଙ୍କୁ ଥାନାକୁ ଆଣି ପଚରାଉଚରା କରିଥିଲା। ତା’ପରେ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।
Crime
ଶିଶୁ ବିକ୍ରି ଘଟଣା: ନିଲମ୍ବିତ ଏଏନ୍ଏମ୍ ଗିରଫ, ଆଉ ୨ ଜଣଙ୍କୁ ବି ବାନ୍ଧିଲା ପୁଲିସ
ଏହି ଘଟଣାରେ ନିଜେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଗ୍ରାଉଣ୍ଡଜିରୋକୁ ଯାଇ ଘଟଣାର ତନାଘନା କରିଥିଲେ।
Crime
ବବିଙ୍କ ଭାଇ ଭବଙ୍କ ନାଁରେ ମାମଲା ରୁଜୁ
ଦୁଇ ଦିନ ତଳେ ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ବିବାଦୀୟ ହୋଇପଡ଼ିଥିବା ବବିଙ୍କ ଭାଇଙ୍କ ବିରୋଧରେ ଜଣେ ପରିବା ବ୍ୟବସାୟୀ ଦେଇଥିଲେ ଏତଲା।