ଗୁଣପୁର: ରାୟଗଡା ଜିଲ୍ଲା ଗୁଣପୁର ଥାନା ଡମ୍ୱସରା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜଣେ ଏଏନ୍ଏମ୍ଙ୍କ ସନ୍ଦେହ ଜନକ ମୃତ୍ୟୁ ଘଟିଛି। ମୃତ ଏନ୍ଏମ୍ ଜଣଙ୍କ ହେଲେ ପଦ୍ମପୁର ଥାନା ଖମାପଦର ଗାଁର ସନ୍ତୋଷିନୀ କୈବର୍ତ୍ତ (୨୩)।
ସନ୍ତୋଷିନୀ ସ୍କୁଲ୍ ପରିସରରେ ରହୁଥିଲେ। କୌଣସି କାମ ଲାଗି ସ୍କୁଲର ଶିକ୍ଷୟିତ୍ରୀ ତାଙ୍କୁ ଡାବିକାରୁ ସେ ଘରୁ ବାହାରି ନ ଥିଲେ। ଏ ନେଇ ପ୍ରଧାନ ଶିକ୍ଷୟତ୍ରୀ ସହକାରୀ ମଙ୍ଗଳ ଅଧିକାରୀ ଏବଂ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ପ୍ରଶାସକଙ୍କୁ ଜଣାଇଥିଲେ। ଉପ ଜିଲ୍ଲାପାଳଙ୍କ ଅନୁମତି କ୍ରମେ ଘରର କବାଟ ଭଙ୍ଗା ଯିବା ପରେ ତାଙ୍କୁ ମୃତ ଅବସ୍ଥାରେ ଘରେ ପଡିଥିବା ଦେଖିବାକୁ ମିଳିଥିଲା। ଖବର ପାଇ ଗୁଣପୁର ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ତଦନ୍ତ ଆରମ୍ଭ କରିଛି। ମୃତ୍ୟୁର କାରଣ ଜଣାପଡିନାହିଁ। ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ଜଣାପଡିବ ବୋଲି ପୋଲିସ କହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନାବାଳିକାକୁ ଗଣଦୁଷ୍କର୍ମ ମାମଲାରେ ଦୁଇ ଜଣଙ୍କୁ ଆଜୀବନ କାରାଦଣ୍ଡ
ପରିବାର ଲୋକେ ଖବର ପାଇ ଝିଅକୁ ରାସ୍ତାକଡ଼ରୁ ଉଦ୍ଧାର କରିଥିଲେ।
Crime
୫ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗରେ ୫୫ ବର୍ଷୀୟ ବ୍ୟକ୍ତି ଗିରଫ
ଅଭିଯୋଗ ପାଇବା ପରେ ପୁଲିସ ଅଭିଯୁକ୍ତଙ୍କୁ ଥାନାକୁ ଆଣି ପଚରାଉଚରା କରିଥିଲା। ତା’ପରେ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।
Crime
ଶିଶୁ ବିକ୍ରି ଘଟଣା: ନିଲମ୍ବିତ ଏଏନ୍ଏମ୍ ଗିରଫ, ଆଉ ୨ ଜଣଙ୍କୁ ବି ବାନ୍ଧିଲା ପୁଲିସ
ଏହି ଘଟଣାରେ ନିଜେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଗ୍ରାଉଣ୍ଡଜିରୋକୁ ଯାଇ ଘଟଣାର ତନାଘନା କରିଥିଲେ।
Crime
ବବିଙ୍କ ଭାଇ ଭବଙ୍କ ନାଁରେ ମାମଲା ରୁଜୁ
ଦୁଇ ଦିନ ତଳେ ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ବିବାଦୀୟ ହୋଇପଡ଼ିଥିବା ବବିଙ୍କ ଭାଇଙ୍କ ବିରୋଧରେ ଜଣେ ପରିବା ବ୍ୟବସାୟୀ ଦେଇଥିଲେ ଏତଲା।