Advertisment

କୋଟିପତି ଅତିରିକ୍ତ ମୁଖ୍ୟଯନ୍ତ୍ରୀ; ବିଭିନ୍ନ ଜିଲ୍ଲାରେ ଘର ସାଙ୍ଗକୁ ଅଛି ଆପାର୍ଟମେଣ୍ଟ

ଭିଜିଲାନ୍ସ ଜାଲରେ କଟକ ସର୍କଲ ଓବିସିସି ଅତିରିକ୍ତ ମୁଖ୍ୟଯନ୍ତ୍ରୀ ପ୍ରଦୀପ ରଥ।

ଅଦ୍ୟତନ ହୋଇଛି
Vigilance Raid

Vigilance Raid

Advertisment

ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ପୁଣି ଜଣେ ବଡ଼ ଅଧିକାରୀ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କଟକ ସର୍କଲ ଓବିସିସି ଅତିରିକ୍ତ ମୁଖ୍ୟଯନ୍ତ୍ରୀ ପ୍ରଦୀପ ରଥଙ୍କ ଘରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଭିଜିଲାନ୍ସ ଏକକାଳୀନ ୧୨ଟି ସ୍ଥାନରେ ଚଢ଼ାଉ କରିଛି। କଟକ,ଖୋର୍ଦ୍ଧା, ଭଦ୍ରକଓ ଯାଜପୁର ଓ ଭୁବନେଶ୍ୱରର ୧୨ଟି ସ୍ଥାନରେ ଚଢ଼ାଉ କରାଯାଇଛି।

Advertisment

ପ୍ରଦୀପଙ୍କ ଭୁବନେଶ୍ୱର ସତ୍ୟବିହାର ସ୍ଥିତ ଘର ଓ ଚନ୍ଦ୍ରଖେଶରପୁରରେ ଥିବା ଆପାର୍ଟମେଣ୍ଟ ,ଭଦ୍ରକ ଆଚାର୍ଯ୍ୟ ନଗରରେ ଥିବା ଘର, ଆଗରପଡ଼ାରେ ଥିବା ପୈତୃକଘର ଓ କଟକ ବାରବାଟୀ ଷ୍ଟାଡିୟମ୍ ପରିସରରେ ଥିବା ଅଫିସରେ ଏହି ଚଢ଼ାଉ କରାଯାଇଛି।  ଚଢ଼ାଉ ବେଳେ ଭୁବନେଶ୍ୱରରେ ୩ ମହଲା କୋଠା, ଭଦ୍ରକରେ ୩ ମହଲା କୋଠା,ଭୁବନେଶ୍ୱର ଚନ୍ଦ୍ରଶେଖରପୁରରେ ଗୋଟିଏ ଆପାର୍ଟମେଣ୍ଟ, ପାଣ୍ଡରାରେ ଗୋଟିଏ ଫ୍ଲାଟ ଓ ଢେଙ୍କାନାଳରେ ଗୋଟିଏ କ୍ରସର ଥିବା ଜଣାଯାଇଛି।  ସେହିପରି ପ୍ରଦୀପଙ୍କୁ ଭୁବନେଶ୍ୱର, କଟକ, ଖୋର୍ଦ୍ଧା, ଢେଙ୍କାନାଳ, ଭଦ୍ରକ, ଯାଜପୁରରେ ୪୨ଟି ପ୍ଲଟ୍,୨ଟି ଜେସିବି, ଗୋଟିଏ ଏକ୍ସକାଭେଟର, ଗୋଟିଏ କାର୍‌, ୨ଟି ବାଇକ୍‌ବ୍ୟାଙ୍କ ଓ ଡାକଘରେ ୮୮ ଲକ୍ଷର ଜମା ମଧ୍ୟ ଠାବ କରିଛି ଭିଜିଲାନ୍ସ। ବାବୁଙ୍କର ଏପରି ସମ୍ପତ୍ତି ଦେଖି ଭିଜିଲାନ୍ସ ଅଧିକାରୀ ତାଜୁବ ହୋଇଯାଇଛନ୍ତି।

ସେହିପରି ଭୁବନେଶ୍ୱର ଇନ୍ଦ୍ରଧନୁ ମାର୍କେଟରେ ପ୍ରଦୀପଙ୍କ ପୁଅ ନାଁରେ ଥିବା ମେଡିସିନ ଦୋକାନରେ ଚଢ଼ାଉ କରାଯାଇଥିବା ସୂଚନା ରହିଛି। ପ୍ରଦୀପଙ୍କ ଯାଜପୁର ଓ ଖୋର୍ଦ୍ଧାରେ ଥିବା ସମ୍ପର୍କୀୟଙ୍କ ଘରେ ମଧ୍ୟ ଚଢ଼ାଉ କରାଯାଇଛି।

Advertisment

ପ୍ରଦୀପ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ଅଧିକାରୀ ଘଟଣାର ତଦନ୍ତ କରି ଆଜି ଭୋର ପ୍ରାୟ ୪ଟା ସମୟରେ ୧୨ ଟି ସ୍ଥାନରେ ଚଢ଼ାଉ କରିଛନ୍ତି। ଏହି ଚଢ଼ାଉରେ ୯ ଡିଏସପି ସହ ୧୧ ଇନ୍ସପେକ୍ଟର ସାମିଲ ହୋଇଛନ୍ତି।

ସୂଚନାଯୋଗ୍ୟ, କିଛିଦିନ ତଳେ ବାଲେଶ୍ୱର ଜଳସେଚନ ବିଭାଗର ଅଧିକ୍ଷଣ ଯନ୍ତ୍ରୀ ପ୍ରଭାସ ଚନ୍ଦ୍ର ପ୍ରଧାନଙ୍କୁ ଘରେ ଭିଜିଲାନ୍ସ ଚଢ଼ାଉ କରିଥିଲା। ଚଢ଼ାଉ ବେଳେ ଓଡ଼ିଶା ସମେତ ପଶ୍ଚିମବଙ୍ଗରେ ୮୫ଟି ପ୍ଲଟ୍, ଜଳେଶ୍ୱରରେ ୫ ମହଲା କୋଠ , ନଗଦ ୧୧ ଲକ୍ଷ ୭୦ ହଜାର ୯୮୦ ଟଙ୍କା , ୩୩୪.୫୫ ଗ୍ରାମର ସୁନା ଅଳଙ୍କାର, ଗୋଟିଏ ସୁନା ବିସ୍କୁଟ, ବ୍ୟାଙ୍କ, ପୋଷ୍ଟାଲ ଓ ବୀମା ଜମା ବାବଦକୁ  ୭୮ ଲକ୍ଷ ୨ହଜାର ୭୭୯ ଟଙ୍କା ଜବତ କରାଯାଇଥିଲା।

Bhubaneswar Vigilance Raid Bhadrak
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe