Advertisment

ଜନ୍ମ ହେଉ ହେଉ ଓଟିରୁ ଛୁଆ ଗାଏବ, ମୁଣ୍ଡ ପିଟୁଛି ମା’

ଜନ୍ମ ହେଉ ହେଉ ଓଟିରୁ ଗାଏବ ହୋଇଗଲା ଶିଶୁ। ୯ ମାସ ଗର୍ଭରେ ରଖିଥିବା ମା’ ନିଜ ଛୁଆକୁ ଥରେ ମାତ୍ର ଦେଖିଥିବା ବେଳେ ଆଉ ପାଉ ନାହିଁ। ଫଳରେ ମୁଣ୍ଡ ପିଟି କାନ୍ଦୁଥିବା ମା’ ନିଜ ଛୁଆକୁ ଫେରାଇ ଦେବାକୁ ଗୁହାରୀ କରୁଛି।

author-image
Niharika Rout
Medical

Medical

ଜନ୍ମ ହେଉ ହେଉ ଓଟିରୁ ଗାଏବ ହୋଇଗଲା ଶିଶୁ। ୯ ମାସ ଗର୍ଭରେ ରଖିଥିବା ମା’ ନିଜ ଛୁଆକୁ ଥରେ ମାତ୍ର ଦେଖିଥିବା ବେଳେ ଆଉ ପାଉ ନାହିଁ। ଫଳରେ ମୁଣ୍ଡ ପିଟି କାନ୍ଦୁଥିବା ମା’ ନିଜ ଛୁଆକୁ ଫେରାଇ ଦେବାକୁ ଗୁହାରୀ କରୁଛି। ଏପରି ଏକ ଘଟଣା ଆଜି ସକାଳେ ନୟାଗଡ଼ ନୟାଗଡ଼ ଜିଲ୍ଲା ରଣପୁର ବ୍ଲକରେ ଘଟିଛି।

Advertisment

କିଛି ଦିନ ପୂର୍ବେ ସମ୍ବଲପୁରରେ ଏକ ନବଜାତ ଚୋରି ମାମଲା ସାମନାକୁ ଆସିଥିବା ବେଳେ ଏବେ ନୟାଗଡ଼ରୁ ଆସିଛି ସମାନ ଅଭିଯୋଗ । ଏହାର ଛାନଭିନ ଆରମ୍ଭ ହୋଇଥିବା ବେଳେ କିଏ ନେଇଗଲା ଛୁଆ ତାହାର ଆରମ୍ଭ ହୋଇଛି ତଦନ୍ତ ।

ବୋଲଗଡ଼ ଗୋଡ଼ଭଙ୍ଗା ଗାଁର ବିଜୟ କୁମାର ପରିଡ଼ାଙ୍କ ପତ୍ନୀ ସୁଧିସ୍ମିତା ପରିଡ଼ା ପ୍ରସବଜନିତ ଯନ୍ତ୍ରଣା ଭୋଗିବାରୁ ଗତକାଲି ରାଜସୁନାଖଳା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଥିଲେ l ଆଜି ସକାଳେ ତାଙ୍କୁ ଓଟିକୁ ନିଆଯାଇଥିଲା। ସେଠାରେ ତାଙ୍କର ଏକ ପୁଅ ଜନ୍ମ ହୋଇଥିଲା l ଉକ୍ତ ସମୟରେ ସୁଧିସ୍ମିତାଙ୍କ ନିକଟରେ ପରିବାର ଲୋକେ କେହି ନ ଥିଲେ।

Advertisment

କିଛି ସମୟ ପରେ ପରିବାର ଲୋକେ ପହଞ୍ଚି ପ୍ରସବ ହୋଇ ସାରିଥିବା ଶୁଣିବାକୁ ପାଇଥିବା ବେଳେ ଛୁଆକୁ କିନ୍ତୁ ପାଇ ନ ଥିଲେ। ଛୁଆ ମେଡିକାଲରୁ ଗାଏବ ହୋଇ ସାରିଥିଲା।

ଏନେଇ ପରିବାର ଲୋକେ ହୋହଲ୍ଲା କରିବାକୁ ମେଡିକାଲ ପରିସରରେ ଉତ୍ତେଜନା ପ୍ରକାଶ ପାଇଛି। ଏନେଇ ମେଡିକାଲ କର୍ତ୍ତୃପକ୍ଷ ମୁହଁ ଖୋଲୁ ନ ଥିବା ବେଳେ ସିସିଟିଭି ଯାଞ୍ଚ ଚାଲିଥିବା କହିଛନ୍ତି।

ଏପରି ଏକ ସଙ୍ଗୀନ ଘଟଣା ନେଇ ବିଜୟ କୁମାର ଥାନାରେ ଅଭିଯୋଗ କରିଛନ୍ତି। ପୁଲିସ୍‌ ଘଟଣାର ତଦନ୍ତ ଆରମ୍ଭ କରିଛି।

Nayagarh Infant Missing