Advertisment

ଲାଞ୍ଚ ନେଉଥିଲେ କିରାଣି; ମାଡ଼ି ବସିଲା ଭିଜିଲାନ୍ସ

ଲାଞ୍ଚ ନେଇ ଧରାପଡ଼ିବା ପରେ ଜିତେନ୍ଦ୍ରଙ୍କ ଭଡ଼ା ଘର ସମେତ ତାଳସଙ୍ଗା ସ୍ଥିତ ପୈତୃକ ଘରେ ଭିଜିଲାନ୍ସ ବିଭାଗର ଦୁଇଟି ଟିମ ଚଢ଼ାଉ କରିଛନ୍ତି।

author-image
Tapaswini Nayak
ଅଦ୍ୟତନ ହୋଇଛି
Vigilance Raid

Vigilance Raid

ଲାଞ୍ଚ ନେଲାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି କେନ୍ଦ୍ରାପଡା ଚକବନ୍ଦୀ କମିଶନରଙ୍କ କାର୍ଯ୍ୟାଳୟର କନିଷ୍ଠ କିରାଣି ଜିତେନ୍ଦ୍ର ସେନାପତି। ଜମିଜମା ସମ୍ପର୍କିତ ମାମଲାର ରଫାଦଫା କରିବା ପାଇଁ ଜଣେ ମହିଳାଙ୍କଠାରୁ ଲାଞ୍ଚ ନେବା ବେଳେ ସେ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ଭିଜିଲାନ୍ସ ତାଙ୍କଠାରୁ ଲାଞ୍ଚ ଟଙ୍କା ଜବତ କରିବା ସହ ପଚରାଉଚରା କରିଥିବା ଜଣାଯାଇଛି।

Advertisment

ଏକ ଜମିଜମା ସମ୍ପର୍କିତ ମାମଲାର ରଫାଦଫା କରିବା ପାଇଁ ଗାୟତ୍ରୀ ମିଶ୍ରଙ୍କ ଠାରୁ କନିଷ୍ଠ କିରାଣି ଜିତେନ୍ଦ୍ର ସେନାପତି ୧୦ ହଜାର ଟଙ୍କା ଲାଞ୍ଚ ନେଇଥିଲେ। ସେହି ସମୟରେ ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ ଧରି ଥିଲେ। 

ଲାଞ୍ଚ ନେଇ ଧରାପଡ଼ିବା ପରେ ଜିତେନ୍ଦ୍ରଙ୍କ ଭଡାଘର ସମେତ ତାଳସଙ୍ଗା ସ୍ଥିତ ପୈତୃକ ଘରେ ଭିଜିଲାନ୍ସ ବିଭାଗର ଦୁଇଟି ଟିମ୍ ଚଢ଼ାଉ କରିଛନ୍ତି। ଏହାସହ ଜିତେନ୍ଦ୍ରଙ୍କୁ ଭିଜିଲାନ୍ସ ଡିଏସପିଙ୍କ କାର୍ଯ୍ୟାଳୟକୁ ଆଣି ପଚରାଉଚରା କରାଯାଇଛି। 

Advertisment
Vigilance Raid Kendrapada