Advertisment

ଯୋଗାଣ ନିରୀକ୍ଷକ ବବିଲତା ବେହେରା ଚାକିରିରୁ ବହିଷ୍କୃତ

ଆଜି ଗୋଟିଏ ଦିନରେ ମୁଖ୍ୟମନ୍ତ୍ରୀ ଦୁଇ ଦୁଇ ଜଣ ଦୁର୍ନୀତି ଖୋର୍‍ ସରକାରୀ ଅଧିକାରୀଙ୍କୁ ଚାକିରିରୁ ବହିଷ୍କାର କରିଛନ୍ତି।

author-image
Jitendra Garnayak
Lokaseva Bhawan

Lokaseva Bhawan

ଅନୁଗୋଳ ଜିଲ୍ଲା କଣିହାଁ ବ୍ଲକର ପୂର୍ବତନ ଯୋଗାଣ ନିରୀକ୍ଷକ ବବିଲତା ବେହେରାଙ୍କୁ ଆଜି ଚାକିରିରୁ ବହିଷ୍କାର କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବବିଲତା ବର୍ତ୍ତମାନ ବାରିପଦା ଜିଲ୍ଲା ଯୋଗାଣ ଅଧିକାରୀଙ୍କ କାର୍ଯ୍ୟାଳୟରେ ଯୋଗାଣ ନିରୀକ୍ଷକ ଭାବେ କାର୍ଯ୍ୟରତ ଅଛନ୍ତି।

Advertisment

କଣିହାଁ ବ୍ଲକରେ କାର୍ଯ୍ୟରତ ଥିବାବେଳେ ଲାଞ୍ଚ ଗ୍ରହଣ କରିଥିବା ଅଭିଯୋଗରେ ଅନୁଗୋଳ ଜିଲ୍ଲା ଭିଜିଲାନ୍‍ସ ପକ୍ଷରୁ ତାଙ୍କ ବିରୁଦ୍ଧରେ କେଶ୍ ରୁଜୁ ହୋଇଥିଲା । ନିକଟରେ ଅନୁଗୋଳ ଭିଜିଲାନ୍‍ସ ସ୍ପେସାଲ ଜଜ୍‍ ତାଙ୍କୁ ଦୋଷୀ ସାବ୍ୟସ୍ତ କରି ଦଣ୍ଡ ବିଧାନ କରିଛନ୍ତି । ଏହା ପରେ ବବିତା ବେହେରାଙ୍କୁ ତୁରନ୍ତ ଚାକିରିରୁ ବହିଷ୍କାର କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନାଯୋଗ୍ୟ ଯେ, ଆଜି ଗୋଟିଏ ଦିନରେ ମୁଖ୍ୟମନ୍ତ୍ରୀ ଦୁଇ ଦୁଇ ଜଣ ଦୁର୍ନୀତି ଖୋର୍‍ ସରକାରୀ ଅଧିକାରୀଙ୍କୁ ଚାକିରିରୁ ବହିଷ୍କାର କରିଛନ୍ତି। ଏହା ପୂର୍ବରୁ ଆଜି ଯାଜପୁର ଜିଲ୍ଲା ମଧୁବନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ପୂର୍ବତନ ମେଡିକାଲ ଅଫିସର ଡାକ୍ତର କରୁଣାକର ରାଉତଙ୍କୁ ବହିଷ୍କାର କରିଥିଲେ ।

Advertisment