Advertisment

ଏସ୍‌ସିବିରେ ରୋଗୀଙ୍କୁ ଦୁଷ୍କର୍ମ! ବନ୍ଧା ହେଲେ ଡାକ୍ତର

ଦୁଇ ପୀଡ଼ିତଙ୍କ ସମ୍ପର୍କୀୟମାନେ ଏନେଇ ପୁରୀଘାଟ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତିକରି କମିଶନରେଟ୍‌ ପୁଲିସ୍‌ ମାମଲା ରୁଜୁ କରି ଡାକ୍ତର ଠାକୁର ଦିଲବାଗ ସିଂଙ୍କୁ ଗିରଫ କରିଛି।

SCB

Cuttack

Advertisment

କଟକ ଏସ୍‌ସିବିକୁ ବିଶ୍ୱ ସ୍ତରୀୟ ମେଡିକାଲ୍‌ କରିବା ପାଇଁ ଯୋଜନା କରୁଛନ୍ତି ରାଜ୍ୟ ସରକାର। ହେଲେ ସେହି ମେଡ଼ିକାଲ୍‌ ଉପରେ ଲାଗିଛି କଳଙ୍କର ଛିଟା। ମେଡିକାଲ୍‌କୁ ଚିକିତ୍ସା ହେବାକୁ ଆସିଥିବା ୨ ଜଣ ମହିଳା ରୋଗୀଙ୍କୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ଅଭିଯୋଗ ହେବା ପରେ କମିଶନରେଟ୍‌ ପୁଲିସ୍‌ ଅଭିଯୁକ୍ତ ଡାକ୍ତର ଠାକୁର ଦିଲବାଗ ସିଂଙ୍କୁ ଗିରଫ କରିଛି।

Advertisment

ଗତ ଶୁକ୍ରବାର ୨ ରୋଗୀ(ମହିଳା) ଏସ୍‌ସିବିର ହୃଦୟ ରୋଗ ବିଭାଗକୁ ଆସିଥିଲେ। ବିଶେଷଜ୍ଞ ଡାକ୍ତର ସେମାନଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିଥିଲେ। ସ୍ୱାସ୍ଥ୍ୟ ପରୀକ୍ଷା ପରେ ଇକୋ କରିବା ପାଇଁ ସମ୍ପୃକ୍ତ ଡାକ୍ତର ପରାମର୍ଶ ଦେଇଥିଲେ। ସେହିଦିନ ଇକୋ ହୋଇନପାରିବାରୁ ୨ ମହିଳା ଫେରି ଯାଇଥିଲେ। ଡାକ୍ତରଙ୍କ ପରାମର୍ଶରେ ଦୁଇ ମହିଳା ରବିବାର ମେଡ଼ିକାଲ୍‌ ଆସିଥିଲେ। ସେଦିନ ମେଡ଼ିକାଲ୍‌ ଛୁଟିଥିବା ସତ୍ତ୍ୱେ ଡାକ୍ତର ଦୁଇ ମହିଳା ରୋଗୀଙ୍କୁ ଇକୋ କରିବା ବାହାନାରେ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଥିଲା।

ପୀଡ଼ିତଙ୍କ ଦୁଇ ସମ୍ପର୍କୀୟ (ଯେଉଁମାନେ ଏସ୍‌ସିବି ମେଡିକାଲ୍‌ରେ ଅଣ୍ଡର ଗ୍ରାଜୁଏଟ୍‌ ଡାକ୍ତରୀ ପାଠ ପଢ଼ୁଛନ୍ତି) ଏ ସମ୍ପର୍କରେ ଜାଣିପାରି ସମ୍ପୃକ୍ତ ଡାକ୍ତରଙ୍କୁ ପ୍ରବଳ ମାଡ଼ ମାରିଥିବା ଅଭିଯୋଗ ହୋଇଥିଲା। ଯେଉଁଥିପାଇଁ ଡାକ୍ତର ଗୁରୁତର ଆହତ ହୋଇଥିଲେ। ତାଙ୍କୁ ସେହି ମେଡ଼ିକାଲ୍‌ର ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ଏ ନେଇ ଡାକ୍ତରଙ୍କ ପକ୍ଷରୁ ଥାନାରେ ଅଭିଯୋଗ କରାଯାଇଛି। ପୁଲିସ୍‌ ମାମଲା ରୁଜୁ କରୁଛି।

Advertisment

ଦୁଇ ପୀଡ଼ିତଙ୍କ ସମ୍ପର୍କୀୟମାନେ ଏନେଇ ପୁରୀଘାଟ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତିକରି କମିଶନରେଟ୍‌ ପୁଲିସ୍‌ ମାମଲା ରୁଜୁ କରି ଡାକ୍ତର ଠାକୁର ଦିଲବାଗ ସିଂଙ୍କୁ ଗିରଫ କରିଛି। ଏଥିସହ ଦୁଇ ପୀଡ଼ିତାଙ୍କ ୧୬୧ ଧାରାରେ ବୟାନ ରେକର୍ଡ କରାଯାଇଥିବା ବେଳେ, ଆସନ୍ତକାଲି ୧୬୪ ଧାରାରେ ବୟାନ ରେକର୍ଡ କରାଯିବ। ସେପଟେ ଏହି ଘଟଣାର ତଦନ୍ତ ପାଇଁ ୩ ଜଣିଆ କମିଟି ଗଠନ କରିଛି ସ୍ୱାସ୍ଥ୍ୟ ବିଭାଗ। କମିଟିରେ DMET ସନ୍ତୋଷ ମିଶ୍ର, SCB ଅଧୀକ୍ଷକ ସୁଧାଂଶୁ ମିଶ୍ର ଓ ଯୁଗ୍ମ DMET ରୋମା ରତନ ରହିଛନ୍ତି।

Cuttack Scb
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe