ବିଲଡରଙ୍କୁ ଏକ କୋଟି ଟଙ୍କା ଠକେଇ ଅଭିଯୋଗରେ ୱେବ୍ ପୋର୍ଟାଲ୍ ସାମ୍ବାଦିକ ସୁରଜିତ ଧଳଙ୍କୁ ରିମାଣ୍ଡରେ ନେବ ଅର୍ଥନୈତିକ ଅପରାଧ ଶାଖା-EOW।
ସୁରଜିତଙ୍କୁ ୫ ଦିନିଆ ରିମାଣ୍ଡରେ ନେବାକୁ କୋର୍ଟରେ ଆବେଦନ କରିଥିଲା EOW। ହେଲେ କୋର୍ଟ ୩ ଦିନିଆ ରିମାଣ୍ଡରେ ନେବା ପାଇଁ EOWକୁ ଅନୁମତି ଦେଇଛନ୍ତି। ଆସନ୍ତାକାଲିଠାରୁ ସୁରଜିତ ଙ୍କୁ ରିମାଣ୍ଡରେ ନେଇ ପଚରାଉଚରା କରିବ EOW।
Also Read
ସୁରଜିତ ବିଲଡର କଳିଙ୍ଗ କେଶରୀ ରଥଙ୍କୁ ବିଭିନ୍ନ ପ୍ରକଳ୍ପର ଅନୁମୋଦନ ପାଇଁ ବିଡିଏର ଅନୁମତି କରାଇଦେବାକୁ ପ୍ରଲୋଭନ ଦେଖାଇଥିଲେ । ଏଥିପାଇଁ କୋଟିଏ ଟଙ୍କା ସହ ଦୁଇଟି ଦାମୀ ଗାଡି ନେଇଥିଲେ। କଳିଙ୍ଗ କେଶରୀ ରଥ EOWରେ ଦ୍ୱାରସ୍ଥ ହୋଇଥିଲେ। EOWର ଘଟଣାର ତଦନ୍ତ କରି ସୁରଜିତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ସୁରଜିତଙ୍କୁ ଆଇପିସିର ୪୨୦, ୪୬୭, ୪୬୮, ୪୭୧ ଧାରା ଅନୁସାରେ ଗିରଫ କରାଯାଇଛି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନକ୍ସଲ ନା ଗାଁ ମୁଖିଆ? ମାଲକାନଗିରି ଏନକାଉଣ୍ଟରରେ ଟଳିଥିବା ବ୍ୟକ୍ତିଙ୍କୁ ନେଇ ସସ୍ପେନ୍ସ
ଏନକାଉଣ୍ଟର ପରେ ପୁଲିସ ଯାହାକୁ ହାଡକୋର ନକ୍ସଲ ବୋଲି ଦର୍ଶାଇଥିଲା ତାଙ୍କୁ ଗାଁ ମୁଖିଆ ବୋଲି କହିଛନ୍ତି ସ୍ଥାନୀୟ ଲୋକ । ଫଳରେ ଏହି ମାମଲାରେ ଆସିଛି ନୂଆ ଟ୍ୱିଷ୍ଟ।
Crime
ଘରୋଇ କଳିର କରୁଣ ପରିଣତି; ବିଷ ପିଇଦେଲେ ୨ ଭଉଣୀ
ନଳିନୀଙ୍କ ମୃତ୍ୟୁ ପରେ ତାଙ୍କର ୨ବର୍ଷର ଶିଶୁଟି ନିଜ ମା’କୁ ଖୋଜି ହେଉଛି।
Crime
ଓଡ଼ିଶା-ଛତିଶଗଡ଼ ସୀମାରେ ନକ୍ସଲ କ୍ୟାମ୍ପ୍ ଠାବ; ବିପୁଳ ନକ୍ସଲ ସାମଗ୍ରୀ ଜବତ
ନକ୍ସଲ କ୍ୟାମ୍ପରୁ ବନ୍ଧୁକ ସମେତ ଅନ୍ୟ ନକ୍ସଲ ସାମଗ୍ରୀ ଜବତ ହୋଇଛି।
Crime
ଆୟଠାରୁ ୨୮୦% ଅଧିକ ସମ୍ପତ୍ତି ଠୁଳ କରି ବନ୍ଧା ହେଲେ ଖାଦ୍ୟ ଯୋଗାଣ ଅଧିକାରୀ
ସିଏସ୍ଓ ସୁରେଶ କୁମାର ପାଣିଗ୍ରାହୀଙ୍କ ସମସ୍ତ ସମ୍ପତ୍ତି ଠାବ କରି ତା’ର ହିସାବ କଲାପରେ ତାଙ୍କ ଆୟ ଓ ବ୍ୟୟର ହିସାବ କରାଯାଇଥିଲା ଏବଂ ସେ ତାଙ୍କ ଆୟଠାରୁ ୨୮୦% ସଂପତ୍ତି ଠୁଳ କରିଥିବା ଜଣାପଡ଼ିଛି।