Advertisment

ନାବାଳିକା ଅପହରଣ ଓ ଦୁଷ୍କର୍ମ ମାମଲା, ଦୋଷୀକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ

୨୦୨୧ ମସିହାରେ ଜଗତସିଂହପୁର ଜିଲ୍ଲା ବାଲିକୁଦା ଥାନା ଅଞ୍ଚଳରେ ଘଟିଥିଲା ଏହି ଘଟଣା।

author-image
Jitendra Garnayak
ଅଦ୍ୟତନ ହୋଇଛି
Jail

Jail

ଜଗତସିଂହପୁର ଜିଲ୍ଲା ବାଲିକୁଦା ଥାନା ଅଞ୍ଚଳରେ ୨୦୨୧ ମସିହାରେ ଘଟିଥିବା ଏକ ନାବାଳିକା ଅପହରଣ ଓ ଦୁଷ୍କର୍ମ ମାମଲାରେ ଅଭିଯୁକ୍ତ ଗଣେଶ୍ୱର ବେହେରଙ୍କୁ ଦୋଷୀ ସାବ୍ୟସ୍ତ କରି ୨୦ ବର୍ଷ ସଶ୍ରମ କାରାଦଣ୍ଡ ଏବଂ ୬୫ ହଜାର ଟଙ୍କା ଜୋରିମାନା ନିର୍ଦ୍ଦେଶ ଦେଇଛନ୍ତି ଜଗତସିଂହପୁର ଜିଲ୍ଲାର ସ୍ୱତନ୍ତ୍ର ପୋକ୍ସୋ କୋର୍ଟ। ଏହା ସହିତ ପୀଡ଼ିତାଙ୍କୁ ୭ ଲକ୍ଷ ଟଙ୍କା କ୍ଷତିପୂରଣ ଦେବା ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ।

Advertisment

ସରକାରୀ ଓକିଲ ଦୋଳଗୋବିନ୍ଦ ଦାଶଙ୍କ ଠାରୁ ମିଳିଥିବା ସୂଚନା ଅନୁସାରେ ଗତ ୨୦୨୧ ମସିହା ଫେବ୍ରୁଆରୀ ମାସରେ ନାବାଳିକା ଜଣଙ୍କ କୋଚିଂ ସେଣ୍ଟରରୁ ଘରକୁ ଫେରୁଥିବା ବେଳେ ଗଣେଶ୍ୱର ବେହେରା ତାଙ୍କୁ ଅପହରଣ କରି ନେଇଥିଲେ। ସେ ନାବାଳିକାଙ୍କୁ ବିଭିନ୍ନ ସ୍ଥାନରେ ରଖି ଦୁଷ୍କର୍ମ କରିଥିଲେ।

ଘଟଣା ସମ୍ପର୍କରେ ପୀଡ଼ିତାଙ୍କ ବାପା ବାଲିକୁଦା ଥାନାରେ ଏତଲା ଦେବା ପରେ ପୁଲିସ ଘଟଣାର ତଦନ୍ତ କରିଥିଲା। ପୁଲିସ ପୀଡ଼ିତାଙ୍କୁ ଭୁବନେଶ୍ୱରରୁ ଉଦ୍ଧାର କରିବା ସହିତ ଗଣେଶ୍ୱରଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।

Advertisment
Rape Life Imprisonment