Advertisment

ବାଲେଶ୍ୱରରେ କୋହଳ ହେଲା କର୍ଫ୍ୟୁ; ୪ ଘଣ୍ଟା ଖୋଲାରହିବ ଦୋକାନ ବଜାର

ସୋମବାର ସହରର ଭୁଜାଖିଆ ପୀର ନିକଟରେ କୌଣସି କାରଣକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା ।

ଅଦ୍ୟତନ ହୋଇଛି
Tension situation

Tension situation

Advertisment

ଆଜିଠୁ ବାଲେଶ୍ୱର ପୌରାଞ୍ଚଳରେ କୋହଳ ହୋଇଛି କର୍ଫ୍ୟୁ। ବାଲେଶ୍ୱର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ସମୀକ୍ଷା ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଆଜି ସକାଳ ୭ଟାରୁ ୧୧ଟା ପର୍ଯ୍ୟନ୍ତ କେବଳ ୪ ଘଣ୍ଟା ପାଇଁ ଦୋକାନ ବଜାର ଖୋଲା ରହିବ। ଏହି ସମୟ ମଧ୍ୟରେ ଲୋକେ ନିଜ ପାଇଁ ଆବଶ୍ୟକୀୟ ସାମଗ୍ରୀ କିଣିପାରିବେ। ଏଥିସହ ଲିଜ୍ ଲାଇନରେ ଇଣ୍ଟରନେଟ୍ ସେବା ଯୋଗାଇଦେବାକୁ ନିଷ୍ପତ୍ତି ହୋଇଛି।। କିନ୍ତୁ ମୋବାଇଲ୍ ନେଟୱର୍କରେ ଇଣ୍ଟରନେଟ ସୁବିଧା ମିଳିବ ନାହିଁ।

Advertisment

ସମୀକ୍ଷା ବୈଠକରେ ଆଇନଶୃଙ୍ଖଳା ଏଡିଜି ସଞ୍ଜୟ କୁମାର, ଏସପି ସାଗରିକା ନାଥ, ଜିଲ୍ଲାପାଳ ଆଶିଷ ଠାକରେ ଓ ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଏହି ସମୀକ୍ଷା ବୈଠକରେ ଉପସ୍ଥିତ ଥିଲେ।

ସୂଚନାଯୋଗ୍ୟ, ସୋମବାର ସହରର ଭୁଜାଖିଆ ପୀର ନିକଟରେ କୌଣସି କାରଣକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା । ଏହାପରେ ଉଭୟ ଗୋଷ୍ଠୀ ମୁହାଁମୁହିଁ ହେବା ସହ ଫୋର୍ସ ଉପରକୁ ପଥର ମାଡ଼ ଅଭିଯୋଗ ହୋଇଥିଲା । ସ୍ଥିତି ନିୟନ୍ତ୍ରଣ ପାଇଁ ଲାଠିଚାର୍ଜ କରିଥିଲା ପୁଲିସ । ଗଣ୍ଡଗୋଳରେ ୪ରୁ ୫ ଜଣ ଆହତ ହୋଇଥିବା ବେଳେ ୧୫ରୁ ୨୦ଟି ଗାଡ଼ି ଭଙ୍ଗାରୁଜା  ହୋଇଥିଲା।

Advertisment

ବିଳମ୍ବିତ ରାତିରେ ମଧ୍ୟ ସୁଏଲପୁର ଓ ଦପ୍ତରସାହିର ଅଞ୍ଚଳର କିଛି ସ୍ଥାନରେ ଗାଡ଼ି ଭଙ୍ଗାରୁଜା ଓ ଦୋକାନ ଆସବାବପତ୍ରରେ ନିଆଁ ଲଗାଯିବା ଭଳି ଘଟଣା ସାମ୍ନାକୁ ଆସିଥିଲା। ପୁଲିସ୍‌ ଉପସ୍ଥିତିରେ ଦୁଇ ଗୋଷ୍ଠୀ ମୁହାଁମୁହିଁ ହେବା ସହ। ପରସ୍ପରକୁ ଢେଲା ପଥର ମାଡ଼ କରିଥିଲେ। ଢେଲା ପଥର ମାଡ଼ରେ ସାଧାରଣ ଜନତା, ପୁଲିସ୍‌ ଓ କିଛି ଗଣମାଧ୍ୟମ ପ୍ରତିନିଧି ଆହତ ହୋଇଥିଲେ । ଏହାପରେ ସମଗ୍ର ବାଲେଶ୍ୱର ପୌରାଞ୍ଚଳରେ ଅନିର୍ଦ୍ଦିଷ୍ଟ କାଳ ପାଇଁ କର୍ଫ୍ୟୁ ଜାରି କରାଯାଇଥିଲା। 

Balasore Tension Situation Curfew
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe