Advertisment

ବାଲେଶ୍ୱରରେ ୬ ଘଣ୍ଟା କୋହଳ ହେଲା କର୍ଫ୍ୟୁ

ବାଲେଶ୍ୱର ପୌରାଞ୍ଚଳରେ ସକାଳ ୬ଟାରୁ ଦିନ ୧୨ଟା ଯାଏ କର୍ଫ୍ୟୁ କୋହଳ ହୋଇଛି।

Balasore

Balasore

Advertisment

ବାଲେଶ୍ୱର ପୌରାଞ୍ଚଳରେ କୋହଳ ହୋଇଛି କର୍ଫ୍ୟୁ। ଆଜି ୬ ଘଣ୍ଟା ପାଇଁ କର୍ଫ୍ୟୁ କୋହଳ କରାଯାଇଛି। ସକାଳ ୬ଟାରୁ ଦିନ ୧୨ଟା ଯାଏ କର୍ଫ୍ୟୁ କୋହଳ ହୋଇଛି। ଏହି ସମୟରେ ଆବଶ୍ୟକ ଜିନିଷପତ୍ର କିଣାକିଣି କରିପାରିବେ ଲୋକେ। କର୍ଫ୍ୟୁ କୋହଳ ନେଇ ‘ଏକ୍ସ’ ଜରିଆରେ ସୂଚନା ଦେଇଛନ୍ତି ଜିଲ୍ଲାପାଳ। ଆଇନ ଶୃଙ୍ଖଳାକୁ ଦୃଷ୍ଟିରେ ରଖି କର୍ଫ୍ୟୁ ବଳବତ୍ତର ରହିଛି। ସହରରେ ଇଣ୍ଟରନେଟ୍ ସେବା ବନ୍ଦ ରହିଛି।

Advertisment

ଗତକାଲିଠୁ ଲିଜ୍ ଲାଇନରେ ଇଣ୍ଟରନେଟ ସେବା ଯୋଗାଇ ଦିଆଯାଉଥିଲେ ମଧ୍ୟ ମୋବାଇଲ ନେଟୱର୍କରେ ଇଣ୍ଟରନେଟ ସେବା ବନ୍ଦ ରହିଛି। ଆଗାମୀ ପରିସ୍ଥିତିକୁ ଦେଖି ଇଣ୍ଟରନେଟ ଚାଲୁ ହେବ କି ବନ୍ଦ ରହିବ ସେନେଇ ନିଷ୍ପତ୍ତି ନିଆଯିବ। ଅନ୍ୟପଟେ ଗୋଷ୍ଠୀ ସଂଘର୍ଷ ଘଟଣାରେ ଗିରଫଙ୍କ ସଂଖ୍ୟା ୪୫କୁ ବୃଦ୍ଧି ହୋଇଛି।

ସୂଚନାଯୋଗ୍ୟ, ସୋମବାର ସହରର ଭୁଜାଖିଆ ପୀର ନିକଟରେ କୌଣସି କାରଣକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା । ଏହାପରେ ଉଭୟ ଗୋଷ୍ଠୀ ମୁହାଁମୁହିଁ ହେବା ସହ ଫୋର୍ସ ଉପରକୁ ପଥର ମାଡ଼ ଅଭିଯୋଗ ହୋଇଥିଲା। ସ୍ଥିତି ନିୟନ୍ତ୍ରଣ ପାଇଁ ଲାଠିଚାର୍ଜ କରିଥିଲା ପୁଲିସ। ଗଣ୍ଡଗୋଳରେ ୪ରୁ ୫ ଜଣ ଆହତ ହୋଇଥିବା ବେଳେ ୧୫ରୁ ୨୦ଟି ଗାଡ଼ି ଭଙ୍ଗାରୁଜା ହୋଇଥିଲା।

Advertisment

ବିଳମ୍ବିତ ରାତିରେ ମଧ୍ୟ ସୁଏଲପୁର ଓ ଦପ୍ତରସାହିର ଅଞ୍ଚଳର କିଛି ସ୍ଥାନରେ ଗାଡ଼ି ଭଙ୍ଗାରୁଜା ଓ ଦୋକାନ ଆସବାବପତ୍ରରେ ନିଆଁ ଲଗାଯିବା ଭଳି ଘଟଣା ସାମ୍ନାକୁ ଆସିଥିଲା। ପୁଲିସ୍‌ ଉପସ୍ଥିତିରେ ଦୁଇ ଗୋଷ୍ଠୀ ମୁହାଁମୁହିଁ ହେବା ସହ। ପରସ୍ପରକୁ ଢେଲା ପଥର ମାଡ଼ କରିଥିଲେ। ଢେଲା ପଥର ମାଡ଼ରେ ସାଧାରଣ ଜନତା, ପୁଲିସ୍‌ ଓ କିଛି ଗଣମାଧ୍ୟମ ପ୍ରତିନିଧି ଆହତ ହୋଇଥିଲେ । ଏହାପରେ ସମଗ୍ର ବାଲେଶ୍ୱର ପୌରାଞ୍ଚଳରେ ଅନିର୍ଦ୍ଦିଷ୍ଟ କାଳ ପାଇଁ କର୍ଫ୍ୟୁ ଜାରି କରାଯାଇଥିଲା। 

Balasore
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe