Advertisment

ବାଲେଶ୍ୱରରେ ଆଜି ମଧ୍ୟରାତ୍ର ଯାଏଁ କର୍ଫ୍ୟୁ, ଜରୁରୀ ସେବା କଟକଣା ମୁକ୍ତ

ବାଲେଶ୍ୱର ପୌରାଞ୍ଚଳରେ ଆଜି ମଧ୍ୟରାତ୍ର ଯାଏଁ ବଳବତ୍ତର ରହିବ କର୍ଫ୍ୟୁ। ଏନେଇ ବାଲେଶ୍ୱର ଜିଲ୍ଲାପାଳଙ୍କ ପକ୍ଷରୁ ସୂଚନା ଦିଆଯାଇଛି।

Flag March

Flag March

Advertisment

ବାଲେଶ୍ୱର ପୌରାଞ୍ଚଳରେ ଆଜି ମଧ୍ୟରାତ୍ର ଯାଏଁ ବଳବତ୍ତର ରହିବ କର୍ଫ୍ୟୁ। ଏନେଇ ବାଲେଶ୍ୱର ଜିଲ୍ଲାପାଳଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଓଟି ରୋଡକୁ ସଂଯୋଗ କରୁଥିବା ସବୁ ରାସ୍ତା ବନ୍ଦ ରଖିବାକୁ ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ତେବେ ଏହି କର୍ଫ୍ୟୁ କାଳରେ ଜରୁରୀ ସେବା କଟକଣା ମୁକ୍ତ ଥିବାବେଳେ, ପରୀକ୍ଷାର୍ଥୀଙ୍କ ଉପରେ କଟକଣା ଲାଗୁ ହେବନି ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

Advertisment

ତେବେ ଆବଶ୍ୟକ ନ ଥିଲେ କର୍ଫ୍ୟୁ କାଳରେ ଘରୁ ପଦାକୁ ନ ବାହାରିବାକୁ ଅପିଲ୍ କରିଛି ପୁଲିସ। ସେପଟେ ଘଟଣା ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଯାଇଥିବାବେଳେ ସ୍ଥିତି ଉପରେ ନଜର ରହିଥିବା କହିଛନ୍ତି ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ। ମୁଖ୍ୟ ଶାସନ ସଚିବ ଓ ପୁଲିସ ଡିଜି ଘଟଣାର ଅନୁଧ୍ୟାନ କରୁଥିବା ସେ କହିଛନ୍ତି। ଶାନ୍ତି ଶୃଙ୍ଖଳା ବଜାୟ ରଖିବା ପାଇଁ ପୁଲିସ ପକ୍ଷରୁ ଫ୍ଲାଗ ମାର୍ଚ୍ଚ ବି କରାଯାଇଛି।

ସୋମବାର ସହରର ଭୁଜାଖିଆ ପୀର ନିକଟରେ କୌଣସି କାରଣକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା । ଏହାପରେ ଉଭୟ ଗୋଷ୍ଠୀ ମୁହାଁମୁହିଁ ହେବା ସହ ଫୋର୍ସ ଉପରକୁ ପଥର ମାଡ଼ ଅଭିଯୋଗ ହୋଇଥିଲା । ସ୍ଥିତି ନିୟନ୍ତ୍ରଣ ପାଇଁ ଲାଠିଚାର୍ଜ କରିଥିଲା ପୁଲିସ । ଗଣ୍ଡଗୋଳରେ ୪ରୁ ୫ ଜଣ ଆହତ ହୋଇଥିବା ବେଳେ ୧୫ରୁ ୨୦ଟି ଗାଡ଼ି ଭଙ୍ଗାରୁଜା ହୋଇଛି।

Advertisment

ବିଳମ୍ବିତ ରାତିରେ ମଧ୍ୟ ସୁଏଲପୁର ଓ ଦପ୍ତରସାହିର ଅଞ୍ଚଳର କିଛି ସ୍ଥାନରେ ଗାଡ଼ି ଭଙ୍ଗାରୁଜା ଓ ଦୋକାନ ଆସବାବପତ୍ରରେ ନିଆଁ ଲଗାଯିବା ଭଳି ଘଟଣା ସାମ୍ନାକୁ ଆସିଥିଲା। ପୁଲିସ୍‌ ଉପସ୍ଥିତିରେ ଦୁଇ ଗୋଷ୍ଠୀ ମୁହାଁମୁହିଁ ହେବା ସହ। ପରସ୍ପରକୁ ଢେଲା ପଥର ମାଡ଼ କରିଥିଲେ। ଢେଲା ପଥର ମାଡ଼ରେ ସାଧାରଣ ଜନତା, ପୁଲିସ୍‌ ଓ କିଛି ଗଣମାଧ୍ୟମ ପ୍ରତିନିଧି ଆହତ ହୋଇଥିଲେ । ଏହାପରେ ସମଗ୍ର ବାଲେଶ୍ୱର ପୌରାଞ୍ଚଳରେ ଅନିର୍ଦ୍ଦିଷ୍ଟ କାଳ ପାଇଁ କର୍ଫ୍ୟୁ ଜାରି କରାଯାଇଛି।

Balasore Tension Situation Curfew
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe