ବାଲିଯାତ୍ରାରେ ମହାଦୁର୍ନୀତି ଅଭିଯୋଗ। ବିରୋଧୀଙ୍କ କଥା ଛାଡ଼ନ୍ତୁ ଖୋଦ୍ ଶାସକ ଦଳର କର୍ପୋରେଟର ମଧ୍ୟ ଦୁର୍ନୀତି ଅଭିଯୋଗ ଆଣିଛନ୍ତି। ଅସ୍ଥାୟୀ ତୋରଣ ହେଉ କି ଲେଜର ଲାଇଟ୍ ଶୋ ସବୁଥିରେ ଲକ୍ଷ ଲକ୍ଷ ଟଙ୍କାର ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଛି। ଶେଷରେ ବିଜେଡି ନେତା ଦେବାଶିଷ ସାମନ୍ତରାୟ ମଧ୍ୟ ଦୁର୍ନୀତିର ଗନ୍ଧ ବାରିଲେ। ଏବେ ଖୋଦ କଂଗ୍ରେସ ବିଧାୟକ ମହମ୍ମଦ ମୋକିମ ସାମ୍ବାଦିକ ସମ୍ମିଳନୀ କରି ପୂରା ଦୁର୍ନୀତିର ପ୍ଲଟ କଥା ତନତନ କରି ବଖାଣିଛନ୍ତି। ଯାହାକୁ ନେଇ ହରଡଘଣାରେ କଟକ ମହାନଗର ନିଗମ। ଅନ୍ୟପଟେ ମେୟର କହିଛନ୍ତି କୌଣସି ଦୁର୍ନୀତି ହୋଇନାହିଁ । ତଦନ୍ତ ପାଇଁ କମିଟି ଗଠନ କରାଯାଇଛି। କମିଟି ରିପୋର୍ଟ ଦେବା ପରେ ବିଲ୍ ଦିଆଯିବ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଲୁଟ୍ରେ ଯାଇଥିଲା ମହିଳାଙ୍କ ଜୀବନ; ୧୨ ଦିନ ପରେ ଝାରଖଣ୍ଡରୁ ଧରାପଡ଼ିଲା ଲୁଟେରା
ଏୟାଫିଲ୍ଡ ଥାନା ଲବଣଗିରି ଛକରେ ରାସ୍ତା ଶୂନ୍ଶାନ ଦେଖି ୟୁ.ବିଷ୍ଣୁ ପାତ୍ରଙ୍କ ବେକରେ ପଡ଼ିଥିବା ସୁନା ଚେନ୍ ଝାମ୍ପି ନେବାକୁ ଉଦ୍ୟମ କରିଥିଲେ ରାଜା। ହେଲେ ୟୁ.ବିଷ୍ଣୁ ପାତ୍ର ବାଇକ୍ରୁ ପଡ଼ି ଯାଇଥିଲେ।
Crime
ଦଲାଲଙ୍କ ଜରିଆରେ ଘୂରି ବୁଲୁଛି ବହୁ ବାଂଲାଦେଶୀ ଯୁବତୀଙ୍କ ଫଟୋ
କିଏ ଚାକିରି ଲୋଭ ତ ଆଉ କିଏ ଦଲାଲଙ୍କ ଜାଲରେ ପଡ଼ି ବେଆଇନ୍ ଭାବେ ସୀମା ପାର ହୋଇ ଆସିବା ପରେ ଏଠି ପାଲଟି ଯାଉଛନ୍ତି ବୃତ୍ତିଗତ ଦେହଜୀବୀ!
Crime
ଶ୍ୱଶୁର ଘର ଆଗରେ ଯୌତୁକ ସାମଗ୍ରୀ ପୋଡ଼ିଦେଲେ ଜ୍ୱାଇଁ
ଯୌତୁକରେ ଆପାଚି ଗାଡ଼ି ଓ ନଗଦ ଟଙ୍କା ଦାବି କରିଥିଲେ ବିଜୟ। ହେଲେ ଏଥିରେ ମମତା ରାଜି ନହେବାରୁ ଆରମ୍ଭ ହୋଇଥିଲା ନାନା ନିର୍ଯାତନ। ଅଭିଯୋଗ ଅନୁସାରେ ମମତାଙ୍କୁ ତାଙ୍କ ସ୍ୱାମୀ ବିଜୟ ଓ ଶାଶୁ ମାଡ଼ ମାରୁଥିଲେ। ଯୌତୁକ ଆଣିବା ପାଇଁ ବାଧ୍ୟ କରୁଥିଲେ।
Crime
ତୁଚ୍ଛ ହେଲା ରକ୍ତ ସମ୍ପର୍କ; ବଡ଼ ଭାଇର ଜୀବନ ନେଲା ସାନ ଭାଇ
ରବିବାର ବିଳମ୍ବିତ ରାତିରେ କୌଣସି କଥାକୁ ନେଇ ସୁନିଲ ଓ ସୁଶିଲଙ୍କ ମଧ୍ୟରେ ବଚସା ହୋଇଥିଲା ।