କଟକ: ମହିମା ମିଶ୍ରଙ୍କ ପୁଅ ଚର୍ଚ୍ଚିତ ଆଜି କଟକ ଦରଘାବଜାର ଥାନାରେ ତାଙ୍କର ଓ ତାଙ୍କ ବାପାଙ୍କ ବନ୍ଧୁକ, ଲାଇସେନ୍ସ ଏବଂ ୨୭ ରାଉଣ୍ଡ ଗୁଳି ଦାଖଲ କରିଛନ୍ତି। ପାରାଦୀପ ସିୱେଜ୍ ସିପିଂ କଂପାନୀ ଜିଏମ୍ ମହେନ୍ଦ୍ର ସ୍ୱାଇଁ ହତ୍ୟା ମାମଲାରେ ମହିମା ଅଭିଯୁକ୍ତ ଅଛନ୍ତି।
ଗତ ୨୬ ତାରିଖ ସକାଳେ ମହେନ୍ଦ୍ର ତାଙ୍କ ସ୍କର୍ପିଓରେ ଅଫିସ୍ ଯାଉଥିବା ବେଳେ ପାରାଦୀପ ଆମ୍ୱେଦକର ଭବନ ନିକଟରେ ଦୁଇ ଜଣ ଦୁର୍ବୃତ୍ତ ବାଇକ୍ରେ ଆସି ତାଙ୍କ ଗାଡ଼ି ଉପରକୁ ବୋମା ଫୋପାଡ଼ି ଥିଲେ। ଆତ୍ମରକ୍ଷା ପାଇଁ ସେ ଗାଡ଼ିରୁ ଓହ୍ଲାଇ ଦୌଡ଼ି ପଳାଇ ଯାଉଥିବା ବେଳେ ଦୁର୍ବୃତ୍ତମାନେ ତାଙ୍କ ଉପରକୁ ଗୁଳି ଚଳାଇଥିଲେ। ତାଙ୍କ ମୁଣ୍ଡରେ ଗୁଳି ବାଜିଥିଲା। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା।
ଏହି ଘଟଣାରେ ପୋଲିସ୍ କଂଗ୍ରେସ ନେତା ବାପି ସର୍ଖେଲଙ୍କ ସମେତ ୬ ଜଣଙ୍କୁ ଗିରଫ କରିଥିବା ବେଳେ ମହିମା ମିଶ୍ରଙ୍କ ନାଁରେ ଲୁକ୍ଆଉଟ୍ ନୋଟିସ୍ ଜାରି କରିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବାଇକ୍ରେ ଆସିଲେ, ସୁନା ଚେନ୍ ଝାମ୍ପି ନେଲେ
ବାଇକ୍ରେ ଆସିଲେ। ଆଖି ପିଛୁଳାକେ ସ୍ପଷ୍ଟ ଦିବାଲୋକରେ ଥାନା ସମ୍ମୁଖରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ।
Crime
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା, ଛୁରୀ ଭୁଷିଦେଲା ବାପା
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା। ଯେଉଁ ପୁଅ ବାପାର ସାହାରା ପାଲଟିବା କଥା, ସେ ମୁଣ୍ଡ ବିନ୍ଧାର କାରଣ ପାଲଟିଲା। ମଦ ନିଶାରେ ଚୁର ପୁଅର ସବୁବେଳେ କଲବଲ କରିବାରୁ ତାକୁ ରାସ୍ତାରୁ ସଫା କରିଦେଲା ବାପା।
Crime
ସ୍ୱାମୀ ପାଲଟିଗଲା ସଇତାନ, ସ୍ତ୍ରୀର ବେକ କାଟିଦେଲା
ଘରୋଇ କଳହରୁ ଘଟିଲା ବୀଭତ୍ସ ହତ୍ୟାକାଣ୍ଡ। ସ୍ୱାମୀ ପାଲଟିଗଲା ସଇତାନ । ସାତ ଜନ୍ମ ପାଇଁ ଯାହା ହାତ ଧରିଥିଲା ତା’ ବେକ କାଟି ଦେଲା।
Crime
ନିର୍ମାଣାଧୀନ ଘରୁ ବୋମା ଭର୍ତ୍ତି ବ୍ୟାଗ୍ ଜବତ, ଅଭିଯୁକ୍ତ ଚମ୍ପଟ
ପୁଲିସ୍କୁ ଦେଖି କିଛି ଯୁବକ ବ୍ୟାଗ ଛାଡି ଦୌଡ଼ି ପଳାଇଥିବା ବେଳେ ପୁଲିସ୍ ସେମାନଙ୍କ ସନ୍ଧାନ ଆରମ୍ଭ କରିଛି।
Crime
‘ଆଇନ ଛାତ୍ର ରାଗିଂ କରିବା ଅଶୋଭନୀୟ, ଅନାଥାଶ୍ରମରେ ସପ୍ତାହେ ପାଠ ପଢ଼ାଇବେ’
ଆବେଦନର ବିଚାର କରି ଆଇନ ଛାତ୍ରଙ୍କ ବିରୋଧରେ ନିମ୍ନ ଅଦାଲରେ ରୁଜୁ ହୋଇଥିବା ଫୌଜଦାରୀ ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ମାତ୍ର ଆଇନ ଛାତ୍ରଙ୍କ ଏପରି ଆଚରଣରେ କ୍ଷୋଭ ପ୍ରକାଶ କରିଛନ୍ତି ହାଇକୋର୍ଟ।