ରାଜଧାନୀର ଏକ ଗେଷ୍ଟ ହାଉସରୁ ଜଣେ ବ୍ୟବସାୟୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଭୁବନେଶ୍ୱର ମୈତ୍ରିବିହାର ଥାନା ଅନ୍ତର୍ଗତ ଏକ ଗେଷ୍ଟ ହାଉସରୁ ସନ୍ଦେହଜନକ ଅବସ୍ଥାରେ ତାଙ୍କ ମୃତଦେହ ଉଦ୍ଧାର କରାଯାଇଛି।
ମୃତକ ହେଉଛନ୍ତି ତପନ ପ୍ରସାଦ ଆଚାର୍ଯ୍ୟ। ସେ ଶୁଭମ ବାୟୋ-ସିଏନଜି ପ୍ରାଇଭେଟ ଲିମିଟେଡର ମାଲିକ ଥିଲେ ବୋଲି ଜଣାପଡିଛି। ତାଙ୍କ ଘର ଫୁଲବାଣୀ ସଦର ଥାନା ଲେଙ୍ଗର ସାହି ଅଞ୍ଚଳରେ।
Also Read
ତପନ ମଙ୍ଗଳବାର ଦିନ କର୍ପୋରେଟ ମିଟିଂ ପାଇଁ ଭୁବନେଶ୍ୱର ଆସିଥିଲେ। ସେହି ଦିନ ସେ ଗେଷ୍ଟ ହାଉସରେ ଚେକ୍ ଇନ୍ କରି ୨୦୨ ନମ୍ବର ରୁମରେ ରହୁଥିଲେ। ଗତକାଲି ତାଙ୍କ ମୃତଦେହ ଗେଷ୍ଟ ହାଉସରୁ ମିଳିଥିଲା। ପୁଲିସ ମୃତଦେହକୁ ଉଦ୍ଧାର ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସ୍ପିଟାଲକୁ ପଠାଇଛି।
ଗତକାଲି ତାଙ୍କ ମୃତଦେହ ମିଳିବା ପରେ ପୁଲିସ ତପନଙ୍କ ପରିବାର ଲୋକଙ୍କୁ ଖବର ଦେଇଥିଲା। ତେବେ ତପନଙ୍କ କିଭଳି ମୃତ୍ୟୁ ହେଲା, ସେ ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ ହତ୍ୟା କରାଯାଇଛି ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ପୁଲିସ ଘଟଣାର ତଦନ୍ତ କରୁଛି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନାବାଳିକାକୁ ଗଣଦୁଷ୍କର୍ମ ମାମଲାରେ ଦୁଇ ଜଣଙ୍କୁ ଆଜୀବନ କାରାଦଣ୍ଡ
ପରିବାର ଲୋକେ ଖବର ପାଇ ଝିଅକୁ ରାସ୍ତାକଡ଼ରୁ ଉଦ୍ଧାର କରିଥିଲେ।
Crime
୫ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗରେ ୫୫ ବର୍ଷୀୟ ବ୍ୟକ୍ତି ଗିରଫ
ଅଭିଯୋଗ ପାଇବା ପରେ ପୁଲିସ ଅଭିଯୁକ୍ତଙ୍କୁ ଥାନାକୁ ଆଣି ପଚରାଉଚରା କରିଥିଲା। ତା’ପରେ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।
Crime
ଶିଶୁ ବିକ୍ରି ଘଟଣା: ନିଲମ୍ବିତ ଏଏନ୍ଏମ୍ ଗିରଫ, ଆଉ ୨ ଜଣଙ୍କୁ ବି ବାନ୍ଧିଲା ପୁଲିସ
ଏହି ଘଟଣାରେ ନିଜେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଗ୍ରାଉଣ୍ଡଜିରୋକୁ ଯାଇ ଘଟଣାର ତନାଘନା କରିଥିଲେ।
Crime
ବବିଙ୍କ ଭାଇ ଭବଙ୍କ ନାଁରେ ମାମଲା ରୁଜୁ
ଦୁଇ ଦିନ ତଳେ ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ବିବାଦୀୟ ହୋଇପଡ଼ିଥିବା ବବିଙ୍କ ଭାଇଙ୍କ ବିରୋଧରେ ଜଣେ ପରିବା ବ୍ୟବସାୟୀ ଦେଇଥିଲେ ଏତଲା।
Crime
ଉଗ୍ର ରୂପ ନେଲା ମନୋଜ ମିଶ୍ର-ବବି ଇସଲାମ କଳି; ଡିସିପି ଅଫିସ ଆଗରେ ହାଇଡ୍ରାମା
ଆଜି ଭୁବନେଶ୍ୱର ଡିସିପି ଅଫିସ ସମ୍ମୁଖରେ ପ୍ରଥମେ କଥା କଟାକଟି ଓ ପରେ ହାତାହାତି ଯାଏ କଥା ଗଲା। ପରେ ଡିସିପିଙ୍କ ଉପସ୍ଥିତିରେ ଏହି ଘଟଣାର ଆପୋଷ ସମାଧାନ ହୋଇଥିବା ଜଣାଯାଇଛି।