Advertisment

ବିଲରୁ ବ୍ୟବସାୟୀଙ୍କ ମୃତଦେହ ଉଦ୍ଧାର

ରଞ୍ଜନ ମୋହନାରେ ରହି ବ୍ୟବସାୟ କରୁଥିଲେ।

undefined

Deadbody

Advertisment

ବିଲରୁ ଜଣେ ବ୍ୟବସାୟୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଘଟଣା ଘଟିଛି ଗଜପତି ଜିଲ୍ଲା ମୋହନା ଥାନା ‌ଅନ୍ତର୍ଗତ ବିଜୟପୁର ଗାଁରେ। ମୃତ ବ୍ୟକ୍ତି ଜଣଙ୍କ ହେଲେ ଗଞ୍ଜାମ ଜିଲ୍ଲା ଛତ୍ରପୁର ସାମନ୍ତରାପୁର ଗାଁର ରଞ୍ଜନ ମହାରଣା।

Advertisment

ରଞ୍ଜନ ମୋହନାରେ ରହି ବ୍ୟବସାୟ କରୁଥିଲେ। ଗତକାଲି ରଞ୍ଜନଙ୍କ ମୃତଦେହ ବିଲରେ ପଡ଼ିଥିବା ସ୍ଥାନୀୟ ଲୋକ ଦେଖିଥିଲେ। ଏନେଇ ପୁଲିସକୁ ଖବର ଦେଇଥିଲେ। ପୁଲିସ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।

ରଞ୍ଜନ ଆତ୍ମହତ୍ୟା କରିଛନ୍ତି ନା, ତାଙ୍କୁ ହତ୍ୟା କରାଯାଇଛି ତାହା ଜଣାପଡ଼ି ନାହିଁ। ମାନସିକ ଚାପ କିମ୍ବା ବିଷକ୍ରିୟା ଯୋଗୁଁ ରଞ୍ଜନଙ୍କ ମୃତ୍ୟୁ ଘଟିଥିବା ପୁଲିସ ଅନୁମାନ କରୁଛି। ପୁଲିସ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି।

Advertisment
Ganjam Deadbody
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe