Advertisment

ରେଳ ଫାଟକରୁ ଯୁବକଙ୍କ ମୃତଦେହ ଉଦ୍ଧାର

ଯୁବକ ଜଣଙ୍କ ଟ୍ରେନରୁ ଖସିପଡ଼ିଥିବା ଅନୁମାନ କରାଯାଉଛି।

Deadbody

Deadbody

Advertisment

ବାଲେଶ୍ୱର ଜିଲ୍ଲା ସୋର ଥାନା ଅନ୍ତର୍ଗତ ଅଲ୍ଲିପୁର ରେଳ ଫାଟକ ନିକଟରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକଙ୍କ ପରିଚୟ ମିଳିନାହିଁ। ଯୁବକଙ୍କ ମୁଣ୍ଡରେ ଆଘାତ ଲାଗିଛି। ତାଙ୍କ ଦେହରେ ଅନେକ ସ୍ଥାନରେ କ୍ଷତ ଚିହ୍ନ ରହିଛି।

Advertisment

ଆଜି ସକାଳେ ଅଲ୍ଲିପୁର ରେଳ ଫାଟକ ନିକଟରେ ଯୁବକ ଜଣକ ରକ୍ତଜୁଡୁବୁଡୁ ଅବସ୍ଥାରେ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ଏନେଇ ପୁଲିସକୁ ଖବର ଦେଇଥିଲେ।

ପୁଲିସ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଯୁବକ ଜଣଙ୍କ ଟ୍ରେନରୁ ଖସିପଡ଼ିଥିବା ଅନୁମାନ କରାଯାଉଛି। ପୁଲିସ ଘଟଣାର ତଦନ୍ତ କରୁଛି।

Advertisment
Deadbody Balasore
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe