Advertisment

ମହିଳାଙ୍କୁ ମାରି ପୋତି ଦେଲେ !

ମହିଳାଙ୍କୁ କିଏ ଓ କାହିଁକି ହତ୍ୟା କରି ମାଟିପୋତି ଦେଲା ତାର କାରଣ ଅସ୍ପଷ୍ଟ ରହିଛି।

ଅଦ୍ୟତନ ହୋଇଛି
Deadbody

Deadbody

Advertisment

ମାଟି ତଳୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ବଲାଙ୍ଗିର ଜିଲ୍ଲା ବେଲପଡା ଥାନା ଅନ୍ତର୍ଗତ କେନକେବା ବ୍ରିଜ ନିକଟ ଲାହାନ୍ତ ନଦୀ ପଠାରୁ ମୃତଦେହ ଠାବ କରାଯାଇଛି। ମୃତ ମହିଳାଙ୍କ ପରିଚୟ ମିଳି ନାହିଁ।

Advertisment

ଆଜି ସକାଳେ ସ୍ଥାନୀୟ ଲୋକେ ଶୌଚ ପାଇଁ ନଦୀକୁ ଯାଇଥିଲେ। ନଦୀ ପଠାରେ ମହିଳାଙ୍କ ଚୁଡ଼ି ଓ ଗୋଡ଼ ମୁଦି ପଡ଼ିଥିବା ଦେଖିବାକୁ ପାଇଥିଲେ। ଏନେଇ ପୁଲିସକୁ ଜଣାଇଥିଲେ। ପୁଲିସ ପହଞ୍ଚି ମାଟିତଳୁ ମହିଳାଙ୍କ ମୃତଦେହକୁ ଉଦ୍ଧାର କରିଥିଲା।

ମହିଳାଙ୍କୁ କିଏ ଓ କାହିଁକି ହତ୍ୟା କରି ମାଟିପୋତି ଦେଲା ତାର କାରଣ ଅସ୍ପଷ୍ଟ ରହିଛି। ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି।

Advertisment
Deadbody Bolangir
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe