ସ୍କୁଲ କୋଠରୀରୁ ରାତ୍ରି ଜଗୁଆଳିଙ୍କ ମୃତଦେହ ଉଦ୍ଧାର କରାଯାଇଛି। କଟକ ଜିଲ୍ଲା ଚୌଦ୍ଵାର ଓଟିଏମ୍ ହାଇସ୍କୁଲରୁ ଝୁଲନ୍ତା ଅବସ୍ଥାରେ ଜଗୁଆଳିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକ ଜଣଙ୍କ ହେଲେ ଜ୍ଞାନରଞ୍ଜନ ବେଉରିଆ। ସେ ଓଟିଏମ୍ ସ୍କୁଲରେ ରାତ୍ରି ଜଗୁଆଳି ଭାବେ କାର୍ଯ୍ୟରତ ଥିଲେ।
ଆଜି ଶିଶୁ ଦିବସ ଥିବାରୁ ଜ୍ଞାନରଞ୍ଜନ ଗତକାଲି ରାତିରେ ଶିକ୍ଷକମାନଙ୍କ ସହ ମିଶି କାର୍ଯ୍ୟକ୍ରମ ପାଇଁ ପ୍ରସ୍ତୁତି କରିଥିଲେ। ଏହାପରେ ଶିକ୍ଷକମାନେ ନିଜ ନିଜ ଘରକୁ ପଳାଇ ଯାଇଥିଲେ। ଜ୍ଞାନରଞ୍ଜନ ସ୍କୁଲରେ ରହିଥିଲେ।
Also Read
ଆଜି ସକାଳେ ବିଦ୍ୟାଳୟ ପରିସରରେ ରହୁଥିବା ଏକ କୋଠରୀରୁ ତାଙ୍କର ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଥିଲା। ଏନେଇ ସ୍କୁଲର ପ୍ରଧାନଶିକ୍ଷକ ଜ୍ଞାନରଞ୍ଜନଙ୍କ ପରିବାର ଲୋକଙ୍କୁ ଖବର ଦେବା ସହ ପୁଲିସକୁ ଖବର ଦେଇଥିଲେ। ପୁଲିସ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି। ତେବେ ଜ୍ଞାନରଞ୍ଜନ କାହିଁକି ଆତ୍ମହତ୍ୟା, ଏହା ପଛରେ କ’ଣ କାରଣ ରହିଛି ତାହା ଜଣାପଡ଼ି ନାହିଁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଆୟଠାରୁ ୨୮୦% ଅଧିକ ସମ୍ପତ୍ତି ଠୁଳ କରି ବନ୍ଧା ହେଲେ ଖାଦ୍ୟ ଯୋଗାଣ ଅଧିକାରୀ
ସିଏସ୍ଓ ସୁରେଶ କୁମାର ପାଣିଗ୍ରାହୀଙ୍କ ସମସ୍ତ ସମ୍ପତ୍ତି ଠାବ କରି ତା’ର ହିସାବ କଲାପରେ ତାଙ୍କ ଆୟ ଓ ବ୍ୟୟର ହିସାବ କରାଯାଇଥିଲା ଏବଂ ସେ ତାଙ୍କ ଆୟଠାରୁ ୨୮୦% ସଂପତ୍ତି ଠୁଳ କରିଥିବା ଜଣାପଡ଼ିଛି।
Crime
କୋଟିପତି ଯୋଗାଣ ଅଧିକାରୀ ଗିରଫ
ବ୍ୟାଙ୍କରେ ସୁରେଶ କୁମାର ପାଣିଗ୍ରାହୀଙ୍କର କେବଳ ୧.୭୨ କୋଟି ଟଙ୍କାର ଜମା ରହିଛି।
Crime
ନାବାଳକ ଛାତ୍ର ସହ ସେକ୍ସ କରିଥିଲେ ଶିକ୍ଷୟିତ୍ରୀ, ମିଳିଲା ୩୦ ବର୍ଷ ଜେଲ୍
ଅଷ୍ଟମ ଶ୍ରେଣୀ ଛାତ୍ରକୁ ମଦ, ଗଞ୍ଜେଇ ଭଳି ନିଶାଦ୍ରବ୍ୟ ଦେଇ ତା' ସହ ବାରମ୍ବାର ଶାରିରୀକ ସମ୍ପର୍କ ରଖିଥିଲେ ଶିକ୍ଷୟିତ୍ରୀ। ଅଭିଯୋଗ ପରେ କରିଥିଲେ ଆତ୍ମସମର୍ପଣ।
Crime
ଡିଜିଟାଲ ଆରେଷ୍ଟର ଧମକ; ବିଲ୍ଡରଙ୍କ ଠାରୁ କୋଟିଏ ଟଙ୍କା ଲୁଟ୍
ଅହମ୍ମଦାବାଦର ଜଣେ ବିଲ୍ଡରଙ୍କ ଠାରୁ କୋଟିଏ ଟଙ୍କା ଲୁଟି ନେଇଛନ୍ତି ସାଇବର ଲୁଟେରା।
Crime
ମୋବାଇଲ ହେଲା କାଳ; ଝୁଲି ପଡ଼ିଲେ ଦମ୍ପତି
ଘର ବାହାରେ ୧୧ମାସର ଶିଶୁ କନ୍ୟାଟି କାନ୍ଦୁ ଥିବା ଶୁଣି ପାଖ ପଡ଼ୋଶୀ ଛୁଆ ପାଖକୁ ଧାଇଁ ଆସିଥିଲେ।