Advertisment

କାଲି ଘରୁ ବାହାରିଥିଲା ପୁଅ, ଆଜି ମିଳିଲା ମୃତଦେହ

କାଲି ରାତିରେ ଘରୁ ବାହାରିଥିଲେ ଯୁବକ। ହେଲେ ଆଉ ଘରକୁ ଫେରିଲେ ନାହିଁ। ଆଜି ସକାଳୁ ଗାଁ ନିକଟରୁ ମିଳିଲା ତାଙ୍କ ରକ୍ତାକ୍ତ ମୃତଦେହ ।

author-image
Niharika Rout
Murder Case

Murder Case

କାଲି ରାତିରେ ଘରୁ ବାହାରିଥିଲେ ଯୁବକ। ହେଲେ ଆଉ ଘରକୁ ଫେରିଲେ ନାହିଁ। ଆଜି ସକାଳୁ ଗାଁ ନିକଟରୁ ମିଳିଲା ତାଙ୍କ ରକ୍ତାକ୍ତ ମୃତଦେହ । ଏପରି ଏକ ଘଟଣା କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ଅନ୍ତର୍ଗତ ପାଣୁପଶି ଗ୍ରାମ ନିକଟରେ ଘଟିଛି। ମୃତକ ହେଲେ ପାଣୁପଶି ଗ୍ରାମର ସୁବ୍ରତ ମହାକୁଡ । ଘଟଣାସ୍ଥଳରେ ଘଟଗାଁ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ ।

Advertisment

ପରିବାର ଲୋକଙ୍କ କହିବା ଅନୁସାରେ ସୁବ୍ରତ ଗତକାଲି ରାତି ୭ଟା ସମୟରେ ଘରୁ ବାହାରି ଆସିଥିଲେ। ମାତ୍ର ରାତିରେ ଆଉ ସେ ଆଉ ଘରକୁ ଫେରି ନ ଥିଲେ। ପରିବାର ଲୋକେ ବହୁ ଖୋଜାଖୋଜି ପରେ ବି ତାଙ୍କ ପତ୍ତା ପାଇ ପାରି ନ ଥିଲେ।

ଆଜି ସକାଳେ ସୁବ୍ରତଙ୍କ ମୃତଦେହ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପଡ଼ିଥିବା ଦେଖି ଗାଁ ଲୋକେ ସୁବ୍ରତଙ୍କ ପରିବାର ଲୋକଙ୍କୁ ଖବର ଦେଇଥିଲେ। ପରିବାର ଲୋକେ ପହଞ୍ଚି ପୁଅର ରକ୍ତାକ୍ତ ମୃତଦେହ ପଡ଼ିଥିବା ଦେଖିବାକୁ ପାଇଥିଲେ। ସୁବତ୍ରଙ୍କ ଶରୀରର ବିଭିନ୍ନ ସ୍ଥାନରେ କ୍ଷତ ଚିହ୍ନ ରହିଥିବାରୁ ତାଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରାଯାଇଥିବା ଅନୁମାନ କରାଯାଉଛି। ଖବର ପାଇ ପୁଲିସ୍ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। 

Advertisment

ଗାଁର ପ୍ରଶାନ୍ତ ନାୟକଙ୍କ ଘର ପାଖରେ ମୃତଦେହଟି ପଡ଼ିଥିବା ବେଳେ ପୁଲିସ୍ ଏହି ଘଟଣାରେ ଦୁଇ ଜଣଙ୍କୁ ଅଟକ ରଖି ତଦନ୍ତ ଜାରୀ ରଖିଛି ।ପରକ୍ରିୟା ପ୍ରୀତିକୁ ନେଇ ଏହି ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି ।

Murder Keonjhar