ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଆଜି ଜଣେ ବ୍ୟକ୍ତି ଜଣେ ଯୁବକଙ୍କ ମୃତଦେହକୁ ରଖି ଚମ୍ପଟ୍ ମାରିଥିବା ଅଭିଯୋଗ ହୋଇଛି। ମୃତ ଯୁବକଙ୍କ ନାଁ ଦେବଦତ୍ତ ବେହେରା। ତାଙ୍କ ଘର ଢେଙ୍କାନାଳ ସହରର ଜୁବୁଲି ଟାଉନ୍ରେ। ତାଙ୍କୁ ହତ୍ୟା କରାଯାଇଥିବା ନେଇ ତାଙ୍କ ପରିବାର ଲୋକେ ଟାଉନ୍ ଥାନାରେ ଅଭିଯୋଗ କରିଛନ୍ତି।
ଆଜି ସକାଳ ପ୍ରାୟ ସାଢ଼େ ଦଶଟା ବେଳେ ଜଣେ ଅଜଣା ବ୍ୟକ୍ତି ଦେବଦତ୍ତଙ୍କୁ ଏକ ଅଟୋରେ ଡାକ୍ତରଖାନାକୁ ଆଣିଥିଲେ। ଡାକ୍ତର ତାଙ୍କୁ ଚିକିତ୍ସା କରୁଥିବା ବେଳେ ଉକ୍ତ ବ୍ୟକ୍ତି ଜଣଙ୍କ ସେଠାରୁ ଛୁ ହୋଇଯାଇଥିଲେ। ଦେବଦତ୍ତଙ୍କୁ ସେଠାରେ ଉପସ୍ଥିତ କିଛି ଯୁବକ ଚିହ୍ନି ପାରି ତାଙ୍କ ଘର ଲୋକଙ୍କ ସହିତ ପୋଲିସ୍କୁ ସୂଚନା ଦେଇଥିଲେ।
ସୁରଜଙ୍କ ପରିବାର ଲୋକଙ୍କ କହିବା ଅନୁଯାୟୀ ସେ ଗତକାଲି ଅପରାହ୍ନ ଗୋଟାଏ ବେଳେ ଘରୁ କେଉଁ ଆଡ଼େ ଯାଇଥିଲେ ଓ ଆଉ ଫେରି ନ ଥିଲେ। ତାଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ସେ ଅଭିଯୋଗ କରିଛନ୍ତି। ଟାଉନ୍ ଥାନା ପୋଲିସ୍ ଘଟଣାର ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବିନା ଶାର୍ଟରେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଘରକୁ ପଠାଇଲେ ପ୍ରିନ୍ସିପାଲ
ଦଶମ ପରୀକ୍ଷା ସରିଲା ବୋଲି ଖୁିସିରେ ଜଣେ ଜଣକ ଶାର୍ଟରେ ଶୁଭେଚ୍ଛା ଲେଖି ସେଲିବ୍ରେସନ କରୁଥିଲେ ଛାତ୍ରୀ। ପ୍ରିନ୍ସିପାଲଙ୍କୁ ଏହା ପସନ୍ଦ ନଆସିବାରୁ ପ୍ରାୟ ଶହେ ଛାତ୍ରୀଙ୍କୁ ଶାର୍ଟ ଖୋଲି ଘରକୁ ଯିବାକୁ ବାଧ୍ୟ କରାଯାଇଥିଲା।
Crime
ପ୍ରସୂତିଙ୍କ ଚିକିତ୍ସା ଅଧାରୁ ଛାଡ଼ି ପଳାଇଥିଲେ ଡାକ୍ତର; ୧୧ କୋଟି ଜୋରିମାନା କଲେ କୋର୍ଟ
ପ୍ରସବ ପରେ ଅତ୍ୟଧିକ ରକ୍ତସ୍ରାବ ହୋଇ ମହିଳାଙ୍କର ମୃତ୍ୟୁ ହୋଇଥିଲା। ଚିକିତ୍ସା ଅଧାରୁ ପାଣି ପିଇବାକୁ କହି କେଉଁଆଡ଼େ ପଳାଇଥିଲେ ଦୁଇ ଡାକ୍ତର।
Crime
ସରକାରୀ ଚାକିରି ବେପାର କରୁଥିଲେ 420 ଦମ୍ପତି
ରାଉରକେଲା ଟିମ୍ବର କୋଲୋନୀର ଲକ୍ଷ୍ମୀ ତନ୍ତି ଓ ତାଙ୍କ ସ୍ଵାମୀ ସଂଗ୍ରାମ ସାହୁ ପାଠଶାଠ କମ୍ ପଢ଼ିଛନ୍ତି। ତଥାପି ସରକାରୀ ଚାକିରି ବାଣ୍ଟୁଥିଲେ। ମାସର ଥରେ ବେକରେ ଆଇକାର୍ଡ ପକାଇ ରାଉରକେଲା କୋର୍ଟକୁ ଯାଉଥିଲେ।
Crime
ଚଳନ୍ତା ବାଇକରେ ରୋମାନ୍ସ କରୁଥିଲେ, ଭିଡିଓ ଭାଇରାଲ ପରେ ମାମଲା ରୁଜୁ
ଆଗରୁ ଟ୍ରାଫିକ ନିୟମ ଭାଙ୍ଗି ୧୦ ଥର ଜୋରିମାନା ଦେଇଥିଲେ। ଏବେ ପୁଣି ବାନ୍ଧବୀଙ୍କୁ ଧରି ଚଳନ୍ତା ବାଇକରେ ରୋମାନ୍ସ କରୁଥିଲେ।
Crime
ଅଭିନବ ଠକେଇ: ସନ୍ତାନହୀନ ମହିଳାଙ୍କୁ ଗର୍ଭବତୀ କଲେ ୫ ଲକ୍ଷ ମିଳିବ କହି ଲୋକଙ୍କ କରୁଥିଲେ ଚଳୁ
ଦେଶର ଏକାଧିକ ରାଜ୍ୟରେ ଚାଲୁଥିଲା ଏହି ରାକେଟ୍। ଏମାନଙ୍କ ଜାଲରେ ଯିଏ ଫସିଲା, ତାକୁ ବିଭିନ୍ନ ପର୍ଯ୍ୟାୟରେ ରେଜିଷ୍ଟ୍ରେସନ ପାଇଁ ୫୦୦ରୁ ୨୦ହଜାର ଟଙ୍କା ଆଦାୟ କରାଯାଉଥିଲା।