ଢେଙ୍କାନାଳ: ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଢେଙ୍କାନାଳ ଜିଲ୍ଲା ଅବକାରୀ ଅଧୀକ୍ଷକ ପ୍ରସନ୍ନ କୁମାର ମହାନ୍ତିଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ଏକକାଳୀନ ୮ଟି ସ୍ଥାନରେ ଏହି ଚଢ଼ାଉ କରାଯାଇଛି। ଢେଙ୍କାନାଳ, କଟକ, ଭୁବନେଶ୍ୱରରେ ଅଫିସ୍ ଓ ଘରେ ରେଡ୍ ହୋଇଥିବା ସୂଚନା ମିଳିଛି। ଚଢ଼ାଉ ବେଳେ ତାଙ୍କର ପ୍ରାୟ ୨ କୋଟି ଟଙ୍କାରୁ ଅଧିକ ସମ୍ପତ୍ତି ଥିବା ଜଣାପଡ଼ିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।