ଭୁବନେଶ୍ୱର: ଡାକ୍ତର ଶ୍ୱେତପଦ୍ମା ମିଶ୍ରଙ୍କ ମୃତ୍ୟୁର ପୋଷ୍ଟମର୍ଟମ ରିପୋର୍ଟ ପୋଲିସର ହସ୍ତଗତ ହୋଇଛି। ଛାତରୁ ପଡିବା ଯୋଗୁଁ ଶକ୍ତ ଧକ୍କା ଓ ଶରୀରରେ ଏକାଧିକ ଆଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିବା ରିପୋର୍ଟରେ ଉଲ୍ଲେଖ ରହିଛି। ତେବେ ଏ ସବୁ ତଥ୍ୟ ସହ ସିସିଟିଭି ଫୁଟେଜ୍ ପ୍ରମାଣକୁ ଦେଖି ଡାକ୍ତର ଶ୍ୱେତପଦ୍ମା ମିଶ୍ର ଆତ୍ମହତ୍ୟା କରିଥାଇ ପାରନ୍ତି ବୋଲି ପୋଲିସ ସୂଚନା ଦେଇଛି।
ତେବେ ଶ୍ୱେତପଦ୍ମାଙ୍କ ପରିବାର ଲୋକଙ୍କ ଅଭିଯୋଗକୁ ଭିତ୍ତିକରି ସେ ଦିଗରେ ମଧ୍ୟ ତଦନ୍ତ ଚାଲୁ ରହିଥିବା ଭୁବନେଶ୍ୱର ଡିସିପି ସତ୍ୟବ୍ରତ ଭୋଇ ସୂଚନା ଦେଇଛନ୍ତି। ଗତ ୬ ତାରିଖରେ ଭୁବନେଶ୍ୱର ସହିଦନଗର ସ୍ଥିତ ଏକ ଆପାର୍ଟମେଣ୍ଟର ୮ ମହଲା ଉପରୁ ଡେଇଁ ଡାକ୍ତର ଶ୍ୱେତପଦ୍ମା ମିଶ୍ରଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଥିଲା। ଶ୍ୱେତପଦ୍ମାଙ୍କ ବାପଘର ଲୋକେ ଏହା ପଛରେ ଯୌତୁକ କାରଣ ଥିବା ଅଭିଯୋଗ ଆଣିବା ସହ ଏ ନେଇ ସହିଦ ନଗର ଥାନାରେ ଏତଲା ଦେଇଥିଲେ। ଅନ୍ୟପକ୍ଷରେ ଶ୍ୱେତପଦ୍ମାଙ୍କ ସ୍ୱାମୀ ଡାକ୍ତର ଅରଜିତ ମହାପାତ୍ର ଏହି ଅଭିଯୋଗକୁ ଖଣ୍ଡନ କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଭାଣିଜୀ ପ୍ରେମ ବିବାହ କଲା ବୋଲି ଭୋଜିରେ ବିଷ ମିଶାଇଦେଲା ମାମୁ
ଉପସ୍ଥିତ ଲୋକେ ଅଭିଯୁକ୍ତ ମାମୁକୁ ଅଟକାଇବାକୁ ଚେଷ୍ଟା କରିଥିଲେ ବି ସେ ଖସି ପଳାଇଛି।
Crime
ବ୍ରାଉନ୍ସୁଗର ପାଇଁ ମର୍ଡର! ମହିଳା ମାଷ୍ଟରମାଇଣ୍ଡ ସମେତ ୩ ଗିରଫ
ଜେଲ୍ରୁ ବାହାରିବା ପରେ ପ୍ରତିଶୋଧ ପରାୟଣା ହୋଇପଡ଼ିଥିଲେ। ତାଙ୍କ ଜେଲ୍ ଯିବା ପଛରେ ସହଦେବ ନାୟକଙ୍କ ହାତ ଥିବା ସେ ସନ୍ଦେହ କରୁଥିଲେ। ତେଣୁ ତାଙ୍କୁ ରାସ୍ତାରୁ ହଟାଇବା ପାଇଁ ମହିଳା ଜଣକ ଯୋଜନା କରିଥିଲେ।
Crime
୧୭ ବର୍ଷ ପୂର୍ବେ ହୋଇଥିଲା 'ହତ୍ୟା'; ଏବେ ଜୀବନ୍ତ ଧରିଲା ପୁଲିସ
ଏହି ହତ୍ୟା ମାମଲାରେ ୪ଜଣଙ୍କୁ ଗିରଫ ମଧ୍ୟ କରାଗଲା। ସେମାନେ ହତ୍ୟା ଅଭିଯୁକ୍ତ ଭାବରେ ଜେଲରେ ସଜ୍ଜା କାଟିଲେ। ଏବେ ବିହାରର ସେହି ବ୍ୟକ୍ତିଙ୍କୁ ଝାନସୀରୁ ଜୀବନ୍ତ ଧରିଲା ପୁଲିସ।
Crime
ସରୋଜଙ୍କ ପରେ ହଂସିକାଙ୍କ ଆଉ ଜଣେ ସ୍ୱାମୀଙ୍କ ଘରେ IT
ମନୋଜଙ୍କ ଘରୁ ମିଳିଥିବା ଆର୍ଥିକ କାରବାର ସମ୍ପର୍କିତ କାଗଜପତ୍ର ଧରି ବାଲିଗୁଡା ଷ୍ଟେଟ ବ୍ୟାଙ୍କ ଯାଇଥିଲେ ଆୟକର ବିଭାଗ ଟିମ୍। ସେଠାରେ ମଧ୍ୟ ତନାଘନା କରିଥିଲେ। ଗୋଟିଏ ଟିମ୍ ମନୋଜଙ୍କ ଘରେ ଖାନତଲାସୀ କରୁଥିବା ବେଳେ ଆଉ ଗୋଟିଏ ଟିମ୍ ବ୍ୟାଙ୍କରେ ଖୋଳତାଡ଼ କରିଥିଲା।
Crime
ନକ୍ସଲ ଖଞ୍ଜିଥିଲେ IED ବୋମା, ଅଳ୍ପକେ ବର୍ତ୍ତିଲେ ଯବାନ
ନକ୍ସଲଙ୍କ ଗତିବିଧି ଥିବା ଜାଣିପାରି CRPF ଓ SOG ଯବାନ ମିଳିତ ଭାବେ ବାଲିଗୁଡ଼ା ଥାନା ମାରଦୁଲି ଜଙ୍ଗଲରେ କୁମ୍ବିଂ ଅପେରସନ କରୁଥିଲେ। ଜଙ୍ଗଲରେ ସର୍ଚ୍ଚ ଅପରେସନ୍ କରୁଥିବା ବେଳେ ଦୁଇଟି IED ବୋମା ଓ ନକ୍ସଲ କ୍ୟାମ୍ପ ଠାବ ହୋଇଥିଲା।