/odisha-reporter/media/post_attachments/uploadimage/library/16_9/16_9_0/IMAGE_1707493530.jpg)
Sourabh Supreet
ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଡାକ୍ତର ସୌରଭ ସୁପ୍ରୀତ। ଅପରେସନ କରିବା ପାଇଁ ଦୁଇ ଜଣ ରୋଗୀଙ୍କ ଠାରୁ ସେ ୬ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡ଼ି ବସିଥିଲେ ଭିଜିଲାନ୍ସ ଅଧିକାରୀ।
Advertisment
ଗତକାଲି ବେଲପାହାଡ଼ର ଦୁଇ ଜଣ ରୋଗୀ ଗୁରୁଦେବ ଗରଡ଼ିଆ ଓ ଜୟରାମ ଭଇଁସା ହାଇଡ୍ରୋସିଲ୍ ଅପରେସନ ହେବା ପାଇଁ ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଆସିଥିଲେ। ଅସ୍ତ୍ରୋପଚାର କରିବା ପାଇଁ ଲାଞ୍ଚ ମାଗିଥିଲେ ଡାକ୍ତର ସୌରଭ ସୁପ୍ରୀତ। ନ ହେଲେ ଆସନ୍ତା ବୁଧବାର ଅପରେସନ କରାଯିବ ବୋଲି କହିଥିଲେ।
ଗୁରୁଦେବ ଓ ଜୟରାମ ଏନେଇ ଭିଜିଲାନ୍ସକୁ ଜଣାଇଥିଲେ। ଯୋଜନା ଅନୁଯାୟୀ, ଆଜି ସନ୍ଧ୍ୟାରେ ଏକ ହୋଟେଲ ପାଖରେ ଡାକ୍ତର ସୌରଭ ସୁପ୍ରୀତ ସେମାନଙ୍କଠାରୁ ୬ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଟିମ୍ ହାତରେ ଧରାପଡ଼ିଥିଲେ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
