ସମ୍ବଲପୁର: ନକଲି ଗ୍ରହ ମୁଦି, ରତ୍ନପଥର ବିକ୍ରି କରିବା ବାହାନାରେ ଲୋକଙ୍କୁ ଟଙ୍କ। ଛଡାଇ ନେବା ଅଭିଯୋଗରେ କ୍ଷେତରାଜପୁର ଥାନା ପୋଲିସ ୪ଜଣ ଭଣ୍ଡ ବାବାଙ୍କୁ ଗିରଫ କରିଛି । ଗିରଫଙ୍କ ମଧ୍ୟରେ ଦୁଇଜଣ ନାବାଳକ ଅଛନ୍ତି । ଅଭିଯୁକ୍ତମାନେ ଦିଲ୍ଲୀର କରିମ ନଗର ଅଞ୍ଚଳର ବୋଲି ପୋଲିସ କହିଛି। ସେମାନଙ୍କଠାରୁ ବହୁ ନକଲି ରତ୍ନ ପଥର, ତାବିଜ ପୋଲିସ ଜବତ କରଛି।
ପୋଲିସ ସୂତ୍ରରୁ ଜଣାପଡିଛି ଯେ, କ୍ଷେତରାଜପୁର ଥାନା ଅନ୍ତର୍ଗତ କ୍ରିଷ୍ଣାନଗର ଅଞ୍ଚଳର ଜଣଙ୍କ ଘରକୁ ଅଭିଯୁକ୍ତମାନେ ଯାଇଥିଲେ । ସେମାନେ ଗ୍ରହ ଖରାପ ଥିବା କହିବା ସହ ରିଷ୍ଟ ଖଣ୍ଡନ କରିବା ପାଇଁ ନକଲି ରତ୍ନପଥର ବିକ୍ରି କରବାକୁ ଉଦ୍ୟମ କରିଥିଲେ। ତେବେ ଘରର ଜଣେ ମହିଳା ୧୦୦ ଟଙ୍କ। ଦେବାକୁ ଟଙ୍କ। ବାହାର କରୁଥିବାବେଳେ ଅଭିଯୁକ୍ତମାନେ ୫୦୦ ଟଙ୍କ। ଛଡାଇ ଘଟଣା ସ୍ଥଳରୁ ଫେରାର ହୋଇଯିବାକୁ ଉଦ୍ୟମ କରିଥିଲେ। ତେବେ ସ୍ଥାନୀୟ ଲୋକେ ସେମାନଙ୍କୁ ଧରି ପୋଲିସକୁ ଖବର ଦେଇଥିଲେ । ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଅଭିଯୁକ୍ତମାନଙ୍କୁ ଗିରଫ କରିଥିଲେ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Crime
ଓଡ଼ିଶାରେ ଅନଲାଇନ୍ ଗେମ: ୩ ବର୍ଷରେ ୮ରୁ ଅଧିକ ଆତ୍ମହତ୍ୟା!
୨୦୨୩ରେ ପୃଥିବୀରେ ଅନଲାଇନ୍ ଗେମର ବଜାର ପ୍ରାୟ ୩୫.୭ ବିଲିୟନ୍ ଡଲାର ହୋଇଥିବାବେଳେ ଭାରତରେ ଏହାର ବଜାର ୩୩ ହଜାର କୋଟି ଟଙ୍କା ରହିଥିଲା। ଓଡ଼ିଶାରେ ୧୯୫୫ରେ ପ୍ରଣୀତ ‘ପ୍ରିଭେନସନ୍ ଅଫ୍ ଗାମ୍ବଲିଂ ଆକ୍ଟ’ ପାଇଁ ଟଙ୍କା ଜଡ଼ିତ ଥିବା ସବୁ ପ୍ରକାର ଖେଳ ବ୍ୟାନ୍ ରହିଛି।

Crime
୧୫ ମିନିଟ ଛଟପଟ ହେବା ପରେ ଆଖି ବୁଜିଥିଲେ ପୂର୍ବତନ ଡିଜିପି!
ଓମ ପ୍ରକାଶ ଯନ୍ତ୍ରଣାରେ ଛଟପଟ ହେଉଥିବା ବେଳେ ରୋଷେଇ ଘରେ ବ୍ୟବହାର ହେଉଥିବା ଛୁରୀକୁ ପଲ୍ଲବୀ ପ୍ରଥମେ ତାଙ୍କ ବେକରେ ଭୁଷି ଦେଇଥିଲେ।

Crime
ରାକ୍ଷସକୁ ମାରି ଦେଲି: କାହିଁକି ପୂର୍ବତନ ଡିଜିପିଙ୍କୁ ହତ୍ୟା କଲେ ପତ୍ନୀ ପଲ୍ଲବୀ?
ପୂର୍ବତନ ଡିଜିପି ଓମ ପ୍ରକାଶଙ୍କୁ ହତ୍ୟା ଘଟଣା ପୂରା ଦେଶରେ ଆଲୋଡ଼ନ ସୃଷ୍ଟି କରିଛି।

Crime
ଅନଲାଇନ ଗେମ୍: କିଏ କୋଟିପତି, କିଏ କାଙ୍ଗାଳ!
2023ରେ ପୃଥିବୀରେ ଅନଲାଇନ୍ ଗେମର ବଜାର ପ୍ରାୟ 35.7 ବିଲିୟନ୍ ଡଲାର ହୋଇଥିବାବେଳେ ଭାରତରେ ଏହାର ବଜାର 33 ହଜାର କୋଟି ଟଙ୍କା ରହିଥିଲା। ଓଡ଼ିଶାରେ 1955ରେ ପ୍ରଣୀତ ‘ପ୍ରିଭେନସନ୍ ଅଫ୍ ଗାମ୍ବଲିଂ ଆକ୍ଟ’ ପାଇଁ ଟଙ୍କା ଜଡ଼ିତ ଥିବା ସବୁ ପ୍ରକାର ଖେଳ ବ୍ୟାନ୍ ରହିଛି।

Crime
ଚର୍ଚ୍ଚାରେ ରାଜଧାନୀର ‘ଲେଡି ଡନ୍’
ପୁଲିସ୍ ହତ୍ୟା ଘଟଣାରେ ଜିକ୍ରା ନାମକ ଜଣେ ମହିଳାଙ୍କୁ ଗିରଫ କରିଛି। ସେ ଅଭିଯୁକ୍ତଙ୍କ ସହ ମିଶି ପୂରା ହତ୍ୟାକାଣ୍ଡର ଷଡ଼ଯନ୍ତ୍ର କରିଥିଲେ ଓ ଯୋଜନାକୁ କାର୍ଯ୍ୟକାରୀ କରିଥିଲେ ବୋଲି ପୁଲିସ୍ ଜାଣିବାକୁ ପାଇଛି।