Advertisment

କଟକରେ ଲଜ୍ଜା; ୮ବର୍ଷର ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ

ଏହି ଘଟଣା ପରେ ଅଭିଯୁକ୍ତ ଫେରାର ହୋଇଯାଇଥିଲେ। ବାରଙ୍ଗ ପୁଲିସ ତ୍ରିଶୁଳିଆ ଅଞ୍ଚଳରୁ ତାଙ୍କୁ ଗିରଫ କରିଛି।

author-image
Tapaswini Nayak
ଅଦ୍ୟତନ ହୋଇଛି
Rape

Rape

ଜଣେ ୮ ବର୍ଷର ନାବାଳିକାଙ୍କୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। କଟକ ବାରଙ୍ଗ ଥାନା ଅଞ୍ଚଳରେ ଏହି ଲଜ୍ଜାଜନକ ଘଟଣା ଘଟିଛି। ଏନେଇ ନାବାଳିକାଙ୍କ ପରିବାର ଲୋକେ ବାରଙ୍ଗ ଥାନାରେ ଅଭିଯୋଗ କରିଥିବା ବେଳେ ପୁଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି।  

Advertisment

ନାବାଳିକାଙ୍କ ଘର ନୟାଗଡ଼ ଜିଲ୍ଲାରେ। ତେବେ ବାରଙ୍ଗ ଅଞ୍ଚଳରେ ଏକ ଇଟା ଭାଟିରେ ତାଙ୍କ ବାପାମା’ କାମ କରନ୍ତି। ସେହିଠାରେ ସେମାନେ ରହନ୍ତି। ସେମାନଙ୍କ ନାବାଳିକା ଝିଅ ମଧ୍ୟ ସେମାନଙ୍କ ସହିତ ସେଠାରେ ରହନ୍ତି। ସେହି ଇଟା ଭାଟିରେ ଝାରଖଣ୍ଡର ଜଣେ ଯୁବକ କାମ କରନ୍ତି। ସେ ବି ସେଠାରେ ରହନ୍ତି। ସଂପୃକ୍ତ ଯୁବକ ଜଣଙ୍କ ଗତକାଲି ଏହି ନାବାଳିକାଙ୍କୁ ଦୁଷ୍କର୍ମ କରିଥିବା ପରିବାର ଲୋକେ ଥାନାରେ ଅଭିଯୋଗ କରିଛନ୍ତି। ନାବାଳିକାଙ୍କ ଅବସ୍ଥା ଗୁରୁତର ଅଛି। ତାଙ୍କୁ ପ୍ରଥମେ କଟକ ଶିଶୁ ଭବନରେ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। 

ଅଭିଯୁକ୍ତ ଯୁବକ ଜଣଙ୍କ ଫେରାର ହୋଇଯାଇଥିଲେ। ବାରଙ୍ଗ ପୁଲିସ ତ୍ରିଶୁଳିଆ ଅଞ୍ଚଳରୁ ତାଙ୍କୁ ଗିରଫ କରିଛି ଓ ଘଟଣାର ତଦନ୍ତ କରୁଛି। 

Advertisment
Cuttack Rape