Advertisment

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ରାଜଧାନୀରେ ବୁଲିଲା ଖଣ୍ଡା; ୪ ଆହତ

ଉଭୟ ଗୋଷ୍ଠୀର ୪ଜଣ ଆହତ ହୋଇଛନ୍ତି।

author-image
Tapaswini Nayak
ଅଦ୍ୟତନ ହୋଇଛି
Bhubaneswar

Bhubaneswar

ରାଜଧାନୀର ରାଜରାସ୍ତାରେ ବୁଲିଲା ଖଣ୍ଡା, ଭୁଜାଲି। ରାସ୍ତାରେ ଯାଉଥିବା ଲୋକେ ଯିଏ ଯୁଆଡେ ଯାଉଥିଲେ କିଛି ସମୟ ପାଇଁ ଅଟକିଗଲେ। କିଛି ସମୟ ରାଜ ରାସ୍ତା ପାଲଟିଲା ରଣକ୍ଷେତ୍ର। ପୁଲିସ ପହଞ୍ଚିବା ପରିସ୍ଥିତି ଶାନ୍ତ ପଡ଼ିଥିଲା। ଏପରି ଘଟଣା ଘଟିଛି ଭୁବନେଶ୍ୱର ସ୍ଥିତ ଜାଗମରା ନୂଆ ରୋଡରେ ।

Advertisment

ସୂଚନା ଅନୁଯାୟୀ, ଗତକାଲି ବିଳମ୍ବିତ ରାତିରେ ଏକ ଖାଦ୍ୟ ଷ୍ଟଲକୁ ପାଣ୍ଡରା ଅଞ୍ଚଳର ପ୍ରାୟ ୮ ଜଣ ଯୁବକ ଖାଇବାକୁ ଯାଇଥିଲେ। ଏହି ସମୟରେ ଅପର ଗୋଷ୍ଠୀର ବ୍ୟକ୍ତି ଅଚାନକ ଆକ୍ରମଣ କରିଥିଲେ। ରାସ୍ତା ଉପରେ ଖଣ୍ଡାଭୁଜାଲିରେ ଉଭୟ ଗୋଷ୍ଠୀ ମଧ୍ୟରେ ଆକ୍ରମଣ ପ୍ରତି ଆକ୍ରମଣ ହୋଇଥିଲା। ଏଥିରେ ଉଭୟ ଗୋଷ୍ଠୀର ୪ଜଣ ଆହତ ହୋଇଥିଲେ।

ପୁଲିସ ପହଞ୍ଚିବା ପରେ ଉତ୍ତେଜନା ଥମିଥିଲା। ପୁଲିସ ୫ଜଣଙ୍କୁ ଗିରଫ କରିବା ସହ ଘଟଣାର ତଦନ୍ତ କରୁଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଥିବା ଜଣାପଡ଼ିଛି। ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

Advertisment
Bhubaneswar