Advertisment

କୋଟିପତି ଉପଜିଲ୍ଲାପାଳଙ୍କୁ ବାନ୍ଧିଲା ଭିଜିଲାନ୍ସ

ଗତକାଲି ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓ ସରକାରୀ ବାସଭବନ ସମେତ ଏକାକାଳୀନ ୧୦ଟି ସ୍ଥାନରେ ଚଢ଼ାଉ କରାଯାଇଥିଲା

Sub Collector

Sub Collector

Advertisment

କୋଟିପତି ଉପଜିଲ୍ଲାପାଳଙ୍କୁ ବାନ୍ଧିଲା ଭିଜିଲାନ୍ସ। କାମାକ୍ଷାନଗର ଉପଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟକଙ୍କୁ ଆଜି ଗିରଫ କରିଛି ଭିଜିଲାନ୍ସ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ତାଙ୍କୁ ଗିରଫ କରିଥିବା ଜଣାଯାଇଛି।

Advertisment

ଗତକାଲି ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓ ସରକାରୀ ବାସଭବନ ସମେତ ଏକାକାଳୀନ ୧୦ଟି ସ୍ଥାନରେ ଚଢ଼ାଉ କରାଯାଇଥିଲା। ଭୁବନେଶ୍ୱର, ଭଦ୍ରକ, ମୟୂରଭଞ୍ଜ ଓ ଢେଙ୍କାନାଳ ଜିଲ୍ଲାର ବିଭିନ୍ନ ସ୍ଥାନରେ ଚଢାଉ କରାଯାଇଥିଲା।

ଚଢ଼ାଉ ବେଳେ ୩ଟି ବହୁତଳ ପ୍ରାସାଦ ସହ ଭୁବନେଶ୍ୱରରେ ଗୋଟିଏ ୩ ମହଲା କୋଠା,୧୪ଟି ଦାମୀ ପ୍ଳଟ୍,୧ଲକ୍ଷ୪୮ହଜାର ନଗଦ ଟଙ୍କା ଓ ୩୬୬ ଗ୍ରାମର ସୁନା ଅଳଙ୍କାର ଜବତ କରାଯାଇଥିବା ଜଣାଯାଇଛି। ଏଥିସହ ଉପଜିଲ୍ଲାପାଳଙ୍କର ୩୪ଲକ୍ଷ ୫୭ ହଜାର ଟଙ୍କା ଫିକ୍ସ ଡିପୋଜିଟ୍‌ ରଖିଥିବା ଭିଜିଲାନ୍ସ ସୂଚନା ପାଇଛି।

Advertisment

ଉପଜିଲ୍ଲାପାଳ ଠୁଳ କରିଥିବା ସମ୍ପତ୍ତି ବାବଦରେ ଭିଜିଲାନ୍ସ ତାଙ୍କୁ ପଚରାଉଚରା କରିଥିଲା। ହେଲେ ସେ ସମସ୍ତ ସମ୍ପତ୍ତି ବିଷୟରେ ସନ୍ତୋଷଜନକ ଉତ୍ତର ଦେଇ ପାରି ନଥିଲେ। ଭିଜିଲାନ୍ସ ଆଜି ତାଙ୍କୁ ଗିରଫ କରିଛି।

Sub Collector Kamakhyanagar Vigilance Raid
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe