Advertisment

ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ; ୮ ଆହତ

ଉଭୟପକ୍ଷରୁ ରାମଚନ୍ଦ୍ରପୁର ଥାନାରେ ପୃଥକ ପୃଥକ ମାମଲା ରୁଜୁ କରାଯାଇଛି।

Anandapur

Anandapur

Advertisment

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ସଂଘର୍ଷ ଘଟି ୮ ଜଣ ଆହତ ହୋଇଛନ୍ତି। ଘଟଣା ଘଟିଛି କେନ୍ଦୁଝର ଜିଲ୍ଲା ରାମଚନ୍ଦ୍ରପୁର ଥାନା ଅନ୍ତର୍ଗତ ଆଗର୍ଦା ଗାଁରେ। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏହି ଘଟଣାରେ ୫ଜଣଙ୍କୁ ଅଟକ ରଖିଛି ପୁଲିସ ।

Advertisment

ପୂର୍ବ ଶତ୍ରୁତାକୁ ନେଇ ଗତକାଲି ସନ୍ଧ୍ୟାରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଥିଲା। ଉଭୟ ପକ୍ଷ ମଧ୍ୟରେ ଠେଙ୍ଗା ଓ ପଥର ମାଡ଼ କରାଯାଇଥିଲା। ଏଥିରେ ଉଭୟ ପକ୍ଷରୁ ୮ଜଣ ଆହତ ହୋଇଥିଲେ। ଆହତଙ୍କ ମଧ୍ୟରେ ୨ଜଣ ଅବସ୍ଥା ଗୁରୁତର ରହିଛି। ସେମାନଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ଅନ୍ୟମାନଙ୍କୁ ସାଇଁକୁଳ ଗୋଷ୍ଠୀ କେନ୍ଦ୍ରରେ ଭର୍ତ୍ତି କରାଯାଇଛି।

ଉଭୟପକ୍ଷରୁ ରାମଚନ୍ଦ୍ରପୁର ଥାନାରେ ପୃଥକ ପୃଥକ ମାମଲା ରୁଜୁ କରାଯାଇଛି। ପୁଲିସ ଘଟଣାର ତଦନ୍ତ କରୁଛି। ବର୍ଷକ ତଳେ ଆଗର୍ଦା ଗାଁରେ ଏହି ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଥିଲା।

Advertisment
Kendujhar
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe