Advertisment

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲା: ଅବସରପ୍ରାପ୍ତ ଯନ୍ତ୍ରୀ ଓ ତାଙ୍କ ପତ୍ନୀଙ୍କୁ ଜେଲ୍‌ ଦଣ୍ଡାଦେଶ

ଉଭୟଙ୍କୁ ୧୨ ଲକ୍ଷ ଟଙ୍କା ଜୋରିମାନା ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

Jail

Jail

Advertisment

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ନବରଙ୍ଗପୁର ଜିଲ୍ଲା ଉମରକୋଟର ଆର୍‌ଡବ୍ଳ୍ୟୁ ଡିଭିଜନର ଅ‍ବସରପ୍ରାପ୍ତ ନିର୍ବାହୀ ଯନ୍ତ୍ରୀ ସୀମାଦ୍ରି ନାୟକଙ୍କୁ ୩ ବର୍ଷ ଜେଲ୍ ଦଣ୍ଡାଦେଶ ହୋଇଛି। ଭୁବନେଶ୍ୱରର ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ ତାଙ୍କୁ ଏହି ଦଣ୍ଡାଦେଶ ଶୁଣାଇଛନ୍ତି। ତା’ସହିତ ତାଙ୍କୁ ୧୦ ଲକ୍ଷ ଟଙ୍କା ଜୋରିମାନ ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

Advertisment

ଏହି ମାମଲାରେ ଅବସରପ୍ରାପ୍ତ ଯନ୍ତ୍ରୀ ସୀମାଦ୍ରି ନାୟକଙ୍କ ପତ୍ନୀ ଲକ୍ଷ୍ମୀ ନାୟକଙ୍କୁ ମଧ୍ୟ ଜେଲ୍ ଦଣ୍ଡାଦେଶ ହୋଇଛି। ତାଙ୍କୁ ୧ ବର୍ଷ ଜେଲ୍ ଦଣ୍ଡାଦେଶ ହୋଇଛି। ତା’ ସହିତ ୨ ଲକ୍ଷ ଟଙ୍କା ଜୋରିମାନା ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

କୋର୍ଟ ଜେଲ୍ ଦଣ୍ଡାଦେଶ ଶୁଣାଇବା ପରେ ସୀମାଦ୍ରି ନାୟକଙ୍କ ପେନ୍‌ସନ୍ ବନ୍ଦ କରିବାକୁ ଉପଯୁକ୍ତ ଅଧିକାରୀଙ୍କ ନିକଟରେ ଆବେଦନ କରାଯିବ ବୋଲି ଭିଜିଲାନ୍ସ ପକ୍ଷରୁ କୁହାଯାଇଛି।

Advertisment

Jail Vigilance
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe