Advertisment

ପତ୍ନୀଙ୍କ ହତ୍ୟା ମାମଲାରେ ପୂର୍ବତନ ବିଧାୟକ ଦୋଷୀ ସାବ୍ୟସ୍ତ

୧୯୯୫ରେ ରାମମୂର୍ତ୍ତିଙ୍କ ପତ୍ନୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଥିଲା।

author-image
Jitendra Garnayak
ଅଦ୍ୟତନ ହୋଇଛି
Rammurthy Gamonga

Rammurthy Gamonga

ପତ୍ନୀଙ୍କ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି ଗୁଣୁପୁରର ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗ। ଭୁବନେଶ୍ୱରର ଏକ ସ୍ୱତନ୍ତ୍ର କୋର୍ଟ ତାଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଆସନ୍ତା ମଙ୍ଗଳବାର କୋର୍ଟ ଦଣ୍ଡ ଘୋଷଣା କରିବେ।

Advertisment

୧୧ ଜଣ ସାକ୍ଷୀ ଓ ୧୫ଟି ଦସ୍ତାବିଜ୍ ଆଧାରରେ ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗ ଦୋଷୀ ସାବ୍ୟସ୍ତ ହୋଇଛନ୍ତି।

୧୯୯୫ରେ ରାମମୂର୍ତ୍ତିଙ୍କ ପତ୍ନୀ ଶଶିରେଖା ଗମାଙ୍ଗଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଥିଲା। ଖାରବେଳ ନଗରର ଏମ୍‌ଏଲଏ କଲୋନୀରେ ଥିବା ଘରୁ ତାଙ୍କ ପତ୍ନୀଙ୍କ ପୋଡ଼ା ମୃତଦେହ ମିଳିଥିଲା। ଏହି ଘଟଣାରେ ପ୍ରଥମେ ୟୁଡି ଓ ପରେ ହତ୍ୟା ମାମଲା ରୁଜୁ କରିଥିଲା ପୁଲିସ।

Advertisment

୧୯୯୫ ମସିହା ଅଗଷ୍ଟ ମାସ ୨୯ ତାରିଖ ଦିନ ୧୦ଟା ୪୫ ମିନିଟରେ ରାମମୂର୍ତ୍ତି ଗମାଙ୍ଗ ପୁଲିସକୁ ଖବର ଦେଇଥିଲେ ଯେ ତାଙ୍କ ପତ୍ନୀ ଆତ୍ମହତ୍ୟା କରିଛନ୍ତି। ସେହିଦିନ ସକାଳ ୯ଟାରେ ତାଙ୍କ ପତ୍ନୀ ବାଥରୁମ୍‌ ଭିତରେ ଆତ୍ମହତ୍ୟା କରିଥିବା ସେ ପୁଲିସକୁ କହିଥିଲେ। ତେବେ ତଦନ୍ତ ବେଳେ ଏହା ଆତ୍ମହତ୍ୟା ନୁହେଁ ହତ୍ୟା ବୋଲି ଜଣାପଡ଼ିଥିଲା। ରାମମୂର୍ତ୍ତି ଗମାଙ୍ଗଙ୍କର ଏଥିରେ ସଂପୃକ୍ତି ଥିବା କଥା ସାମ୍ନାକୁ ଆସିଥିଲା। ହତ୍ୟାକୁ ଆତ୍ମହତ୍ୟାର ରୂପ ଦେବା ପାଇଁ ସେ ପ୍ରୟାସ କରିଥିଲେ। କୋର୍ଟରେ ଏହା ପ୍ରମାଣିତ ମଧ୍ୟ ହୋଇଗଲା। 

୧୯୯୦ରେ ରାମମୂର୍ତ୍ତି ଗମାଙ୍ଗ ଜନତା ଦଳ ଟିକେଟରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ଏହା ପରେ ୨୦୦୦ ମସିହାରେ ବିଜେପି ଟିକେଟରେ ଦ୍ୱିତୀୟ ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ।

Murder