Advertisment

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ପୂର୍ବତନ ଆରଆଇଙ୍କୁ ଅଢ଼େଇ ବର୍ଷ ଜେଲ୍‌ ଦଣ୍ଡାଦେଶ

ତାଙ୍କୁ ୫୦ ହଜାର ଟଙ୍କା ଜରିମାନା ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହି ଅର୍ଥ ଦେଇ ନ ପାରିଲେ ତାଙ୍କୁ ଅଧିକ ୪ ମାସ ଜେଲ୍ ଦଣ୍ଡ ଭୋଗିବାକୁ ପଡ଼ିବ।

Jail

Jail

Advertisment

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଅଢ଼େଇ ବର୍ଷ ଜେଲ୍ ଦଣ୍ଡାଦେଶ ପାଇଛନ୍ତି ଭୁବନେଶ୍ୱର ଓଲ୍ଡ ଟାଉନ୍‌ର ପୂର୍ବତନ ରାଜସ୍ୱ ନିରୀକ୍ଷକ (ଆର୍‌ଆଇ) ଦଶରଥ ମାଝୀ। ତା’ସହିତ ତାଙ୍କୁ ୫୦ ହଜାର ଟଙ୍କା ଜରିମାନା ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହି ଅର୍ଥ ଦେଇ ନ ପାରିଲେ ତାଙ୍କୁ ଅଧିକ ୪ ମାସ ଜେଲ୍ ଦଣ୍ଡ ଭୋଗିବାକୁ ପଡ଼ିବ। ଭୁବନେଶ୍ୱର ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ ଏହି ଦଣ୍ଡାଦେଶ ଶୁଣାଇଛନ୍ତି।

Advertisment

ଦଶରଥ ମାଝୀ ତାଙ୍କ ଆୟ ଠାରୁ ଢେର ଅଧିକ ସମ୍ପତ୍ତି ଠୁଳ କରିଥିଲେ। ଭିଜିଲାନ୍ସ ରେଡ୍‌ରେ ଏହା ଧରାପଡ଼ିଥିଲା।

ସୂଚନାଯୋଗ୍ୟ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇଛନ୍ତି ରାଜ୍ୟ ସରକାରଙ୍କ ଦୁଇ ଜଣ ବରିଷ୍ଠ ଅଧିକାରୀ। ସେମାନେ ହେଉଛନ୍ତି- ଖଣି ନିର୍ଦ୍ଦେଶାଳୟର ଅତିରିକ୍ତ ନିର୍ଦ୍ଦେଶକ ଉମେଶ ଚନ୍ଦ୍ର ଜେନା ଓ ଭବାନୀପାଟଣାରେ ଅବସ୍ଥାପିତ କେବିକେ କ୍ଷୁଦ୍ର ଜଳସେଚନ ସର୍କଲର ଅତିରିକ୍ତ ମୁଖ୍ୟଯନ୍ତ୍ରୀ କନ୍ଦର୍ପ ପ୍ରଧାନ।

Advertisment
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe