/odisha-reporter/media/post_attachments/uploadimage/library/16_9/16_9_0/Jail_1713018536.jpg)
Jail
ଝାରସୁଗୁଡ଼ାର ପୂର୍ବତନ ଉପ-ଜିଲ୍ଲାପାଳ (ଅବସରପ୍ରାପ୍ତ) ପ୍ରଦୀପ କୁମାର ବାରିକଙ୍କୁ ୨ ବର୍ଷ ସଶ୍ରମ ଜେଲ୍ ଦଣ୍ଡାଦେଶ ଶୁଣାଇଛନ୍ତି ଭୁବନେଶ୍ୱରର ଏକ ସ୍ୱତନ୍ତ୍ର କୋର୍ଟ। ଆୟ ବହିର୍ଭୂତ ସଂପତ୍ତି ଠୁଳ ମାମଲାରେ କୋର୍ଟ ତାଙ୍କୁ ଦୋଷୀ ସାବ୍ୟସ୍ତ କରି ଏହି ରାୟ ଶୁଣାଇଛନ୍ତି।
Advertisment
୨ ବର୍ଷ ସଶ୍ରମ ଜେଲ୍ ଦଣ୍ଡାଦେଶ ସହିତ କୋର୍ଟ ପ୍ରଦୀପ କୁମାର ବାରିକଙ୍କୁ ୧ ଲକ୍ଷ ଟଙ୍କା ଜୋରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି।
କୋର୍ଟ ପ୍ରଦୀପ କୁମାର ବାରିକଙ୍କୁ ଦୋଷୀ ସାବ୍ୟସ୍ତ କରି ସଜ୍ଜା ଶୁଣାଇଥିବାରୁ ଏବେ ଭିଜିଲାନ୍ସ ପକ୍ଷରୁ ତାଙ୍କର ପେନସନ ବନ୍ଦ କରିବାକୁ ଉପଯୁକ୍ତ କର୍ତ୍ତୃପକ୍ଷଙ୍କ ନିକଟରେ ଆବେଦନ କରାଯିବ ବୋଲି ଜଣାପଡ଼ିଛି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
