ଝାରସୁଗୁଡ଼ାର ପୂର୍ବତନ ଉପ-ଜିଲ୍ଲାପାଳଙ୍କୁ ଜେଲ୍‌

୨ ବର୍ଷ ସଶ୍ରମ ଜେଲ୍‌ ଦଣ୍ଡାଦେଶ ସହିତ କୋର୍ଟ ପ୍ରଦୀପ କୁମାର ବାରିକଙ୍କୁ ୧ ଲକ୍ଷ ଟଙ୍କା ଜୋରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି।

Representational Image

  • Published: Friday, 13 September 2024
  • , Updated: 13 September 2024, 06:59 PM IST

ଝାରସୁଗୁଡ଼ାର ପୂର୍ବତନ ଉପ-ଜିଲ୍ଲାପାଳ (ଅବସରପ୍ରାପ୍ତ) ପ୍ରଦୀପ କୁମାର ବାରିକଙ୍କୁ ୨ ବର୍ଷ ସଶ୍ରମ ଜେଲ୍‌ ଦଣ୍ଡାଦେଶ ଶୁଣାଇଛନ୍ତି ଭୁବନେଶ୍ୱରର ଏକ ସ୍ୱତନ୍ତ୍ର କୋର୍ଟ। ଆୟ ବହିର୍ଭୂତ ସଂପତ୍ତି ଠୁଳ ମାମଲାରେ କୋର୍ଟ ତାଙ୍କୁ ଦୋଷୀ ସାବ୍ୟସ୍ତ କରି ଏହି ରାୟ ଶୁଣାଇଛନ୍ତି।

୨ ବର୍ଷ ସଶ୍ରମ ଜେଲ୍‌ ଦଣ୍ଡାଦେଶ ସହିତ କୋର୍ଟ ପ୍ରଦୀପ କୁମାର ବାରିକଙ୍କୁ ୧ ଲକ୍ଷ ଟଙ୍କା ଜୋରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି।

କୋର୍ଟ ପ୍ରଦୀପ କୁମାର ବାରିକଙ୍କୁ ଦୋଷୀ ସାବ୍ୟସ୍ତ କରି ସଜ୍ଜା ଶୁଣାଇଥିବାରୁ ଏବେ ଭିଜିଲାନ୍ସ ପକ୍ଷରୁ ତାଙ୍କର ପେନସନ ବନ୍ଦ କରିବାକୁ ଉପଯୁକ୍ତ କର୍ତ୍ତୃପକ୍ଷଙ୍କ ନିକଟରେ ଆବେଦନ କରାଯିବ ବୋଲି ଜଣାପଡ଼ିଛି।

Related story