ଜଣେ ବିଦ୍ୟୁତ ବିଭାଗର କର୍ମଚାରୀ ମରଣାନ୍ତକ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏପରି ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲ୍ଲା ଆଳି ଥାନା ଅନ୍ତର୍ଗତ ନିଆଳ ଗାଁରେ। ଆହତ ବିଦ୍ୟୁତ କର୍ମଚାରୀ ରାଜେନ୍ଦ୍ର ପଲେଇଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ଗତକାଲି ସଂଧ୍ୟା଼ରେ ରାଜେନ୍ଦ୍ର ସାଇକେଲ ଯୋଗେ ଘରକୁ ଫେରୁଥିଲେ। ଏହି ସମୟରେ ନିଆଳ ପଞ୍ଚାୟତ ଅଫିସ ସମ୍ମୁଖରେ ୭ରୁ ୮ ଦୁର୍ବୃତ୍ତ ତାଙ୍କୁ ଅଟକାଇଥିଲେ। ପରେ ଖଣ୍ଡା ଓ ଭୁଜାଲିରେ ଦୁର୍ବୃତ୍ତମାନେ ରାଜେନ୍ଦ୍ରଙ୍କୁ ସଂଘବଦ୍ଧ ଆକ୍ରମଣ କରି ସେଠାରୁ ପଳାଇଯାଇଥିଲେ। ସ୍ଥାନୀୟ ଲୋକେ ରାଜେନ୍ଦ୍ରଙ୍କୁ ରକ୍ତଜୁଡ଼ୁବୁଡୁ ଅବସ୍ଥାରେ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ପରେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଭୁବନେଶ୍ୱର ଏମ୍ସ ସ୍ଥାନାନ୍ତର କରାଯାଇଛି।
Also Read
ରାଜେନ୍ଦ୍ରଙ୍କୁ ମରଣାନ୍ତକ ଆକ୍ରମଣ ନେଇ ତାଙ୍କ ମା’ ଥାନାରେ ଅଭିଯୋଗ କରିଛନ୍ତି। ତେବେ ରାଜେନ୍ଦ୍ରଙ୍କୁ ଦୁର୍ବୃତ୍ତମାନେ କାହିଁକି ଓ କେଉଁ କାରଣ ପାଇଁ ଆକ୍ରମଣ କଲେ ତାହା ଜଣାପଡ଼ି ନାହିଁ। ପୁଲିସ ଘଟଣାର ତଦନ୍ତ କରୁଛି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ବାଇକ ଚାଳକଙ୍କୁ ଧକ୍କା ଦେଇ ୩୦କିମି ଯାଏଁ ଘୋଷାଡ଼ି ନେଲା ତହସିଲଦାରଙ୍କ ଗାଡ଼ି
ଉତ୍ତରପ୍ରଦେଶର ବହରାଇଚରେ ଏଭଳି ଏକ ଭୟଙ୍କର ସଡ଼କ ଦୁର୍ଘଟଣାରେ ଜଣେ ୩୫ ବର୍ଷୀୟ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଗାଡ଼ି ଭିତରେ ଥିବା ତହସିଲଦାର ନିଲମ୍ବିତ, ଡ୍ରାଇଭର ଗିରଫ।
Crime
ଲୋନ୍ ମଞ୍ଜୁର କରିବାକୁ ଲାଞ୍ଚ ନେଇ ଧରାପଡ଼ିଲେ ଜିଲ୍ଲା ଶିଳ୍ପ କେନ୍ଦ୍ରର ଜେନେରାଲ ମ୍ୟାନେଜର
ଲାଞ୍ଚ ନେଇ ଧରାପଡ଼ିବା ପରେ ଶ୍ରୀ ଦେହୁରୀଙ୍କ ତିନିଟି ଠିକଣାରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା।
Crime
କୋଟାରେ ପୁଣି ଜୀବନ ହାରିଲେ ଛାତ୍ର; ଏ ବର୍ଷ ଗଲାଣି ୧୭ ଜୀବନ
ହଷ୍ଟେଲରୁ ଝୁଲନ୍ତା ଅବସ୍ଥାରେ ନାବାଳକ ଛାତ୍ରଙ୍କ ମୃତଦେହ ଉଦ୍ଧାର। ୧୬ ବର୍ଷୀୟ ଛାତ୍ର ଆଇଆଇଟି-ଜେଇଇ ପାଇଁ କରୁଥିଲେ ପ୍ରସ୍ତୁତି।
Crime
ନିରଞ୍ଜନଙ୍କ ଘରେ ଇଡି ରେଡ୍, ୧୦ ଘଣ୍ଟା ପରେ ବାହାରିଲେ
ନିରଞ୍ଜନଙ୍କ ନୟାପଲ୍ଲୀ ଘର ସହିତ ଭୁବନେଶ୍ୱରର ଆଉଏକ ସ୍ଥାନ ଓ ଦିଲ୍ଲୀ ଘରେ ଆଜି ଏକକାଳୀନ ରେଡ୍ କରିଥିଲା ଇଡି।
Crime
ବୈକୁଣ୍ଠ ଆଶ୍ରମ ବେଆଇନ ନିର୍ମାଣ ପ୍ରସଙ୍ଗରେ ହାଇକୋର୍ଟଙ୍କ ଅନ୍ତରୀଣ ନିର୍ଦ୍ଦେଶ ବଳବତ୍ତର
ଗଣ ଶିକ୍ଷା ବିଭାଗ ପକ୍ଷରୁ ସାଧାରଣ ପ୍ରଶାସନ ବିଭାଗକୁ ଦିଆଯାଇଥିବା ଚିଠି ନକଲି ବୋଲି ଆଜି ସରକାରଙ୍କ ପକ୍ଷରୁ କୋର୍ଟରେ କୁହାଯାଇଥିଲା। ଏହାକୁ ସତ୍ୟପାଠ ଆକାରରେ ଦେବାକୁ ନିର୍ଦ୍ଦେଶ ଦେବା ସହ ଆସନ୍ତା ଜାନୁଆରୀ ୩ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି ହାଇକୋର୍ଟ କହିଛନ୍ତି।