Advertisment

ଅଢ଼େଇ ବର୍ଷର ଝିଅକୁ ଧରି ନଦୀକୁ ଡେଇଁପଡ଼ିଲେ ବାପା; ମିଳୁନି ପତ୍ତା

ପାରିବାରିକ କଳହ ପାଇଁ ଏପରି ଘଟିଥିବା ସନ୍ଦେହ କରାଯାଉଛି।

ଅଦ୍ୟତନ ହୋଇଛି
Bhadrak

Bhadrak

Advertisment

ଅଢ଼େଇ ବର୍ଷର ଝିଅକୁ ଧରି ବୈତରଣୀ ସେତୁରୁ ନଦୀକୁ ଡେଇଁ ପଡ଼ିଲା ବାପା। ଏପର୍ଯ୍ୟନ୍ତ ବାପଝିଅଙ୍କର କୌଣସି ପତ୍ତା ମିଳିନାହିଁ। ଏପରି ଦୁଃଖଦ ଘଟଣା ଘଟିଛି ଭଦ୍ରକ ଜିଲ୍ଲାର ଭଣ୍ଡାରୀପୋଖରୀ ଥାନା ଅନ୍ତର୍ଗତ ଆଖୁଆପଦା ବୈତରଣୀ ସେତୁ ଉପରେ। ଅଗ୍ନିଶମ ବାହିନୀ ବାପଝିଅକୁ ଖୋଜାଖୋଜି କରୁଛନ୍ତି।

Advertisment

ପ୍ରତ୍ୟକ୍ଷଦର୍ଶୀଙ୍କ ସୂଚନା ଅନୁଯାୟୀ, ଗତକାଲି ରାତି ପ୍ରାୟ ସାଢ଼େ ୯ଟା ସମୟରେ ଵାଲିପୋଖରୀ ପଞ୍ଚାୟତ ପରମାନନ୍ଦପୁର ଗାଁର ଚନ୍ଦନ ସାହୁ ଓ ତାଙ୍କ ନାବାଳିକା ଝିଅ ମଟର ସାଇକେଲରେ ଆସି ପୋଲ ଉପରେ ରହିଥିଲେ। ସେଠାରେ ଚନ୍ଦନ ବାଇକ୍, ମୋବାଇଲ୍ ଓ ଜୋତା ରଖି ବାପଝିଅ ନଦୀକୁ ଡେଇଁ ପଡ଼ିଥିଲେ।

ସ୍ଥାନୀୟ ଲୋକେ ଏନେଇ ପୁଲିସ୍ ଓ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଅଗ୍ନିଶମ ବାହିନୀ ପହଞ୍ଚି ବାପଝିଅଙ୍କୁ ଆଖପାଖରେ ଖୋଜି ଖୋଜି କରିଥିଲେ, ହେଲେ ପାଇ ନଥିଲେ। ଅନ୍ଧାର ପାଇଁ ନଦୀ ଭିତରେ ଖୋଜା ଖୋଜି  କରିନଥିଲେ। ଆଜି ସକାଳେ ଅଗ୍ନିଶମ ବାହିନୀ ପହଞ୍ଚି ଖୋଜାଖୋଜି କରୁଛନ୍ତି।

Advertisment

ଚନ୍ଦନଙ୍କ ପତ୍ନୀ ଏକ ମାସ ପୂର୍ବରୁ ଆତ୍ମହତ୍ୟା କରିଥିଲେ। ତେବେ କେଉଁ ପରିସ୍ଥିତିରେ ବାପ ଝିଅ ନଦୀକୁ ଡେଇଁଲେ ତାର କାରଣ ଜଣାପଡିନାହିଁ। ପାରିବାରିକ କଳହ ପାଇଁ ଏପରି ଘଟିଥିବା ସନ୍ଦେହ କରାଯାଉଛି।

Bhadrak
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe