Advertisment

ବନ୍ଧା ହେଲେ ଶିକାରୀ ବାପଝିଅ; ଘରୁ ମିଳିଲା ଦେଶୀ ବନ୍ଧୁକ ଓ ବଜ୍ରକାପ୍ତା କାତି

ବାପ ଝିଅ ଦୁହେଁ ଏହି ଶିକାର କାର୍ଯ୍ୟରେ ସାମିଲ ଥିବାରୁ ଦୁଇ ଜଣକୁ ଗିରଫ କରାଯାଇ କୋର୍ଟଚାଲାଣ କରାଯାଇଛି।

Arrest

Arrest

Advertisment

ବନ୍ୟ ଜୀବଜନ୍ତୁ ଶିକାରରେ ସିଦ୍ଧହସ୍ତ ବାପଝିଅ। ଶିକାର ନିମନ୍ତେ ବହୁ ସାମଗ୍ରୀ ବ୍ୟବହାର କରୁଥିଲେ, ଆଉ ଯାହା ଶିକାର କରୁଥିଲେ ତାକୁ ବିକି ମାଲେମାଲ ହେଉଥିଲେ। ହେଲେ ବନ୍ୟପ୍ରାଣୀ ବିଭାଗର ସର୍ଚ୍ଚ ଅପରେସନ ବେଳେ ଏହି ଶିକାରୀ ବାପଝିଅଦ୍ୱୟ ଧରା ପଡ଼ିଛନ୍ତି ।

Advertisment

ଗିରଫ ବାପଝିଅଦ୍ୱୟ ହେଲେ ଉତ୍ତମ ପ୍ରଧାନ ଓ ତାଙ୍କ ଝିଅ ସାବିତ୍ରୀ ମାଝୀ । ବୌଦ୍ଧ ଜିଲ୍ଲା କୁସଙ୍ଗ ବନ୍ୟପ୍ରାଣୀ ବିଭାଗର ସର୍ଚ୍ଚ ଅପରେସନ ବେଳେ ଏହି ୨ ଜଣ ଗିରଫ ହୋଇଛନ୍ତି।

ଗତକାଲି କୁସଙ୍ଗ ରେଞ୍ଜରଙ୍କ ନେତୃତ୍ୱରେ ଏକ ସ୍କ୍ୱାର୍ଡ ଗଠନ କରାଯାଇ ପଦ୍ମତୋଲା ବିଟ୍ ଅଞ୍ଚଳରେ ସର୍ଚ୍ଚ ଅପରେସନ କରାଯାଇଥିଲା । ତେବେ ସେହି ସମୟରେ ସେଠାରେ ରହୁଥିବା ଉତ୍ତମ ପ୍ରଧାନଙ୍କ ଘରେ ବନ ବିଭାଗ ପକ୍ଷରୁ ଅଚାନକ ଚଢ଼ାଉ କରାଯାଇଥିଲା । ଚଢ଼ାଉ ସମୟରେ ତାଙ୍କ ଘରୁ ଦୁଇଟି ଦେଶୀ ବନ୍ଧୁକ ସହିତ ଗୋଟିଏ ଟାଙ୍ଗିଆ ଜବତ ହୋଇଥିବା ବେଳେ ଶିକାରରେ ବ୍ୟବହୃତ ବିଭିନ୍ନ ସାମଗ୍ରୀ ତାର, ବିଷାକ୍ତ ଗୋଳା ଫାସ ସମେତ ବହୁ ବଜ୍ରକାପ୍ତା କାତି ମଧ୍ୟ ଜବତ ହୋଇଥିଲା ।

Advertisment

ଏନେଇ ବନ୍ୟପ୍ରାଣୀ ବିଭାଗ କର୍ମଚାରୀ ସେମାନଙ୍କୁ ଗୁଡ଼ାଇତୁଡ଼ାଇ ପଚାରିଥିଲେ। ବାପ ଝିଅ ଦୁହେଁ ଏହି ଶିକାର କାର୍ଯ୍ୟରେ ସାମିଲ ଥିବାରୁ ଦୁଇ ଜଣକୁ ଗିରଫ କରାଯାଇ ଚରିଛକ କୋର୍ଟଚାଲାଣ କରାଯାଇଥିବା ସୂଚନା ମିଳିଛି।

Boudh Arrest
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe