ସଇତାନ ସାଜିଲା ବାପା। ସାବତ ମା’ କଥାରେ ପଡ଼ି ନିଜର ୫ବର୍ଷର ଝିଅକୁ ଛୁରୀ ଭୁସି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏପରି ଘଟଣା ଘଟିଛି ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଥାନା ଅନ୍ତର୍ଗତ ଦୋରାଗୁଡ଼ା ପଞ୍ଚାୟତର RSC -14 ଗ୍ରାମରେ। ମୃତ ଝିଅଟି ହେଲା ବ୍ଲେଶି ରାଣୀ ଭତ୍ରା। ହତ୍ୟାକାଣ୍ଡ ପରେ ଅଭିଯୁକ୍ତ ବାପା ସଞ୍ଜୀବ ଭତ୍ରା ଫେରାର ହୋଇଯାଇଛି।
ଆଜି ସକାଳେ ରାଣୀ ପଡ଼ୋଶୀ ଘରେ ଖେଳୁଥିଲା। ଏହି ସମୟରେ ସଞ୍ଜୀବ ଏକ ଛୁରୀ ଆଣି ନିଜ ଝିଅ ପେଟରେ ଭୁସି ଦେଇଥିଲା। କୁନି ଝିଅର ଚିତ୍କାର ଶୁଣି ଗ୍ରାମବାସୀ ଘଟଣାସ୍ଥଳରେ ପହଞ୍ଚିଥିଲେ। ଝିଅଟିକୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଡାକ୍ତର ଝିଅଟିକୁ ମୃତ ଘୋଷଣା କରିଥିଲେ।
Also Read
ମୃତ ଝିଅର ଜେଜେ ବାପା ବିନୋଦ ଭତ୍ରା ଅଭିଯୋଗ କରଛନ୍ତି ଯେ, ମୋ ପୁଅ ତାର ଦ୍ୱିତୀୟ ସ୍ତ୍ରୀ କଥାରେ ପଡ଼ି ନିଜ ଝିଅକୁ ହତ୍ୟା କରିଛି। ହତ୍ୟାକାରୀକୁ କୋଠର ଦଣ୍ଡ ଦିଆଯାଉ। ପୁଲିସ ଘଟଣାର ତଦନ୍ତ କରିବା ସହ ସଞ୍ଜୀବଙ୍କୁ ଧରିବାକୁ ଉଦ୍ୟମ ଚଳାଇଛି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
Crime
ହଂସିତା-ଅନୀଲ୍ଙ୍କ ଠକାମିର ପୋଲ୍ ଖୋଲିଲେ ତାଙ୍କ ପୂର୍ବତନ କର୍ମଚାରୀ!
ହଂସିତା-ଅନୀଲଙ୍କ ଅଫିସ୍ରେ କାମ କରୁଥିବା ପୂର୍ବତନ କର୍ମଚାରୀ Mr X ପୁଲିସ୍କୁ ଦେଇଥିବା ବୟାନରେ ଲେଖିଛନ୍ତି, ଦୁଇ ବର୍ଷ ତଳେ କଟକରେ ଅନୀଲ ମହାନ୍ତିଙ୍କ ଜନ୍ମଦିନ ପାର୍ଟିରେ ହଂସିତା ଅଭିଲିପ୍ସାଙ୍କ ସହିତ ମୋର ଦେଖା ହୋଇଥିଲା।
Crime
ନିଜ ନିଜ ଘରେ ଝୁଲି ପଡ଼ିଲେ ପ୍ରେମୀ ଯୁଗଳ!
ବାଙ୍କୀ ଥାନା ଅନ୍ତର୍ଗତ ଅନୁଆରୀ ପଞ୍ଚାୟତ କୁରୁମଚଇନି ଗାଁର ରଞ୍ଜନ ସେଠ ବାଇଗଣୀ ଗ୍ରାମ କଲ୍ୟାଣୀ ମାଝୀଙ୍କୁ ପ୍ରେମ କରୁଥିଲେ। କଲ୍ୟାଣୀ ମଧ୍ୟ ରଞ୍ଜନଙ୍କୁ ଭଲ ପାଉଥିଲେ। ଉଭୟ ବାହା ହେବା ପାଇଁ କେତେ ସପନ ଦେଖୁଥିଲେ।
Crime
କାଲି ଘରୁ ବାହାରିଥିଲା ପୁଅ, ଆଜି ମିଳିଲା ମୃତଦେହ
କାଲି ରାତିରେ ଘରୁ ବାହାରିଥିଲେ ଯୁବକ। ହେଲେ ଆଉ ଘରକୁ ଫେରିଲେ ନାହିଁ। ଆଜି ସକାଳୁ ଗାଁ ନିକଟରୁ ମିଳିଲା ତାଙ୍କ ରକ୍ତାକ୍ତ ମୃତଦେହ ।