କଟକ ଜିଲ୍ଲା ବାଙ୍କି ଥାନା ଅନ୍ତର୍ଗତ ବେଦପୁର ଗାଁରେ ନିର୍ବାଚନ ପରବର୍ତ୍ତୀ ହିଂସା ଦେଖିବାକୁ ମିଳିଛି। ବିଜେଡି ଓ କଂଗ୍ରେସ କର୍ମୀଙ୍କ ମଧ୍ୟରେ ହୋଇଥିବା ଗୋଷ୍ଠୀ ସଂଘର୍ଷରେ ୬ରୁ ଅଧିକ ଆହତ ହୋଇଛନ୍ତି। ଆହତମାନେ ଉଭୟ ଗୋଷ୍ଠୀର ହୋଇଥିବା ଜଣାଯାଇଛି। ଆହତମାନଙ୍କୁ ବାଙ୍କି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ଗୋଷ୍ଠୀ ସଂଘର୍ଷ ପରେ ବିଜେଡି ଓ କଂଗ୍ରେସ କର୍ମୀମାନେ ବିଳମ୍ବିତ ରାତି ପର୍ଯ୍ୟନ୍ତ କଟକ-ବାଙ୍କୀ ମୁଖ୍ୟ ରାସ୍ତାକୁ ଅବରୋଧ କରିଥିଲେ। ଫଳରେ ସାଧାରଣ ଜୀବନଯାତ୍ରା ବାଧାପ୍ରାପ୍ତ ହୋଇଥିଲା। ପୁଲିସ ପହଞ୍ଚି ବୁଝାସୁଝା କରିବା ପରେ ରାସ୍ତରୋକ ହଟିଥିଲା।
Also Read
ସୂଚନାଯୋଗ୍ୟ, ନିର୍ବାଚନ ପୂର୍ବରୁ ଏହି ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଥିଲା। ଗତକାଲି ପୁଣି କୌଣସି କଥାକୁ ଏହି ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଥିଲେ। ତେବେ ଏନେଇ ବିଜେଡି କିମ୍ବା କଂଗ୍ରେସ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଅଙ୍ଗାରଖ ଗାଁରେ ସଶସ୍ତ୍ର ଡକାୟତି ଘଟଣାରେ ୭ ଗିରଫ
ଗୋଟିଏ ଦେଶୀ ବନ୍ଧୁକ ଓ ନଗଦ ୪୬ ହଜାର ଟଙ୍କା ସହିତ ସେମାନଙ୍କଠାରୁ ଅନ୍ୟାନ୍ୟ ଜିନିଷ ଜବତ କରାଯାଇଛି।
Crime
ମାରାଥନ୍ କାର୍ଯ୍ୟକ୍ରମ ବେଳେ ଫୁଟିଲା ଗୁଳି; ଯୁବକ ଗୁରୁତର
ତେବେ କିଏ ଓ କାହିଁକି ଯୁବକଙ୍କୁ ଗୁଳିମାଡ଼ କଲା ତାର କାରଣ ଅସ୍ପଷ୍ଟ ରହିଛି।
Crime
ହାଇକୋର୍ଟଙ୍କ ନିର୍ଦ୍ଦେଶ ନମାନି ହରଡ଼ଘଣାରେ ଜିଲ୍ଲା ଶିକ୍ଷା ଅଧିକାରୀ
ବାରିପଦା ଟାଉନ ଥାନା ପୁଲିସ ମଧ୍ୟ କହିଛି ଯେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଠିକ୍ ସମୟରେ ନେଇ ହାଇକୋର୍ଟରେ ହାଜର କରାଯିବ।
Accident
ବାଇକ ଚାଳକଙ୍କୁ ଧକ୍କା ଦେଇ ୩୦କିମି ଯାଏଁ ଘୋଷାଡ଼ି ନେଲା ତହସିଲଦାରଙ୍କ ଗାଡ଼ି
ଉତ୍ତରପ୍ରଦେଶର ବହରାଇଚରେ ଏଭଳି ଏକ ଭୟଙ୍କର ସଡ଼କ ଦୁର୍ଘଟଣାରେ ଜଣେ ୩୫ ବର୍ଷୀୟ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଗାଡ଼ି ଭିତରେ ଥିବା ତହସିଲଦାର ନିଲମ୍ବିତ, ଡ୍ରାଇଭର ଗିରଫ।