Advertisment

କଂଗ୍ରେସ ଓ ବିଜେଡି କର୍ମୀଙ୍କ ମଧ୍ୟରେ ଗୋଷ୍ଠୀ ସଂଘର୍ଷ: ୬ ଆହତ

ନିର୍ବାଚନ ପୂର୍ବରୁ ଏହି ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଥିଲା।

Tension situation

Tension situation

Advertisment

କଟକ ଜିଲ୍ଲା ବାଙ୍କି ଥାନା ଅନ୍ତର୍ଗତ ବେଦପୁର ଗାଁରେ ନିର୍ବାଚନ ପରବର୍ତ୍ତୀ ହିଂସା ଦେଖିବାକୁ ମିଳିଛି। ବିଜେଡି ଓ କଂଗ୍ରେସ କର୍ମୀଙ୍କ ମଧ୍ୟରେ ହୋଇଥିବା ଗୋଷ୍ଠୀ ସଂଘର୍ଷରେ ୬ରୁ ଅଧିକ ଆହତ ହୋଇଛନ୍ତି। ଆହତମାନେ ଉଭୟ ଗୋଷ୍ଠୀର ହୋଇଥିବା ଜଣାଯାଇଛି। ଆହତମାନଙ୍କୁ ବାଙ୍କି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।  

Advertisment

ଗୋଷ୍ଠୀ ସଂଘର୍ଷ ପରେ ବିଜେଡି ଓ କଂଗ୍ରେସ କର୍ମୀମାନେ ବିଳମ୍ବିତ ରାତି ପର୍ଯ୍ୟନ୍ତ କଟକ-ବାଙ୍କୀ ମୁଖ୍ୟ ରାସ୍ତାକୁ ଅବରୋଧ କରିଥିଲେ। ଫଳରେ ସାଧାରଣ ଜୀବନଯାତ୍ରା ବାଧାପ୍ରାପ୍ତ ହୋଇଥିଲା। ପୁଲିସ ପହଞ୍ଚି ବୁଝାସୁଝା କରିବା ପରେ ରାସ୍ତରୋକ ହଟିଥିଲା। 

ସୂଚନାଯୋଗ୍ୟ, ନିର୍ବାଚନ ପୂର୍ବରୁ ଏହି ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଥିଲା। ଗତକାଲି ପୁଣି କୌଣସି କଥାକୁ ଏହି ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଥିଲେ। ତେବେ ଏନେଇ ବିଜେଡି କିମ୍ବା କଂଗ୍ରେସ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ।

Advertisment
Cuttack 2024 General Election Loka Sabha Election 2024 Odisha Assembly Election 2024
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe