୨ ଦିନ ତଳେ ନିଖୋଜ ଥିଲେ ଫାଇନାନ୍ସ କର୍ମଚାରୀ। ଆଜି ସକାଳେ ଜଙ୍ଗଲରୁ ମିଳିଲା କର୍ମଚାରୀଙ୍କ ଝୁଲନ୍ତା ମୃତଦେହ। ବଲାଙ୍ଗିର ଜିଲ୍ଲା ସଇଁତଳା ଥାନା ଅନ୍ତର୍ଗତ ବଡ଼ମାଳ ଫାଣ୍ଡି ଅଧିନସ୍ଥ ଗୋଏଲଭାଡ଼ି ବର୍ଣି ଜଙ୍ଗଲରେ ଏହି ଘଟଣା ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ହେଲେ ଟିଟିଲାଗଡ ଥାନା ସର୍ଗିଗୁଡ଼ାର ଉତ୍ତମ ନାଗ।
ଉତ୍ତମ ୩ ବର୍ଷ ହେବ ଟିଟିଲାଗଡ ସ୍ଥିତ ଏକ ଫାଇନାନ୍ସ କମ୍ପାନୀରେ କାମ କରୁଥିଲେ। ଗତ ୨ ତାରିଖର ସକାଳେ ସେ ନିଖୋଜ ଥିଲେ। ପରିବାର ଲୋକେ ତାକୁ ବହୁତ ଖୋଜାଖୋଜି କରିଥିଲେ ମଧ୍ୟ ପାଇ ନଥିଲେ।
Also Read
ଏନେଇ ପରିବାର ଲୋକେ ଟିଟିଲାଗଡ ଥାନାରେ ଅଭିଯୋଗ କରିଥିଲେ। ଆଜି ସକାଳେ ଫାଇନାନ୍ସ କର୍ମଚାରୀଙ୍କ ମୃତଦେହ ଜଙ୍ଗଲରୁ ମିଳିଥିଲା। ଫାଇନାନ୍ସ କର୍ମଚାରୀ ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ ହତ୍ୟା କରାଯାଇଛି ତାହା ଜଣାପଡ଼ି ନାହିଁ। ପୁଲିସ ଘଟଣାର ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ବାଇକ ଚାଳକଙ୍କୁ ଧକ୍କା ଦେଇ ୩୦କିମି ଯାଏଁ ଘୋଷାଡ଼ି ନେଲା ତହସିଲଦାରଙ୍କ ଗାଡ଼ି
ଉତ୍ତରପ୍ରଦେଶର ବହରାଇଚରେ ଏଭଳି ଏକ ଭୟଙ୍କର ସଡ଼କ ଦୁର୍ଘଟଣାରେ ଜଣେ ୩୫ ବର୍ଷୀୟ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଗାଡ଼ି ଭିତରେ ଥିବା ତହସିଲଦାର ନିଲମ୍ବିତ, ଡ୍ରାଇଭର ଗିରଫ।
Crime
ଲୋନ୍ ମଞ୍ଜୁର କରିବାକୁ ଲାଞ୍ଚ ନେଇ ଧରାପଡ଼ିଲେ ଜିଲ୍ଲା ଶିଳ୍ପ କେନ୍ଦ୍ରର ଜେନେରାଲ ମ୍ୟାନେଜର
ଲାଞ୍ଚ ନେଇ ଧରାପଡ଼ିବା ପରେ ଶ୍ରୀ ଦେହୁରୀଙ୍କ ତିନିଟି ଠିକଣାରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା।
Crime
କୋଟାରେ ପୁଣି ଜୀବନ ହାରିଲେ ଛାତ୍ର; ଏ ବର୍ଷ ଗଲାଣି ୧୭ ଜୀବନ
ହଷ୍ଟେଲରୁ ଝୁଲନ୍ତା ଅବସ୍ଥାରେ ନାବାଳକ ଛାତ୍ରଙ୍କ ମୃତଦେହ ଉଦ୍ଧାର। ୧୬ ବର୍ଷୀୟ ଛାତ୍ର ଆଇଆଇଟି-ଜେଇଇ ପାଇଁ କରୁଥିଲେ ପ୍ରସ୍ତୁତି।
Crime
ନିରଞ୍ଜନଙ୍କ ଘରେ ଇଡି ରେଡ୍, ୧୦ ଘଣ୍ଟା ପରେ ବାହାରିଲେ
ନିରଞ୍ଜନଙ୍କ ନୟାପଲ୍ଲୀ ଘର ସହିତ ଭୁବନେଶ୍ୱରର ଆଉଏକ ସ୍ଥାନ ଓ ଦିଲ୍ଲୀ ଘରେ ଆଜି ଏକକାଳୀନ ରେଡ୍ କରିଥିଲା ଇଡି।
Crime
ବୈକୁଣ୍ଠ ଆଶ୍ରମ ବେଆଇନ ନିର୍ମାଣ ପ୍ରସଙ୍ଗରେ ହାଇକୋର୍ଟଙ୍କ ଅନ୍ତରୀଣ ନିର୍ଦ୍ଦେଶ ବଳବତ୍ତର
ଗଣ ଶିକ୍ଷା ବିଭାଗ ପକ୍ଷରୁ ସାଧାରଣ ପ୍ରଶାସନ ବିଭାଗକୁ ଦିଆଯାଇଥିବା ଚିଠି ନକଲି ବୋଲି ଆଜି ସରକାରଙ୍କ ପକ୍ଷରୁ କୋର୍ଟରେ କୁହାଯାଇଥିଲା। ଏହାକୁ ସତ୍ୟପାଠ ଆକାରରେ ଦେବାକୁ ନିର୍ଦ୍ଦେଶ ଦେବା ସହ ଆସନ୍ତା ଜାନୁଆରୀ ୩ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି ହାଇକୋର୍ଟ କହିଛନ୍ତି।