ସମ୍ବଲପୁର: ମେଡିକାଲ୍ ଫିଟନେସ୍ ସାର୍ଟିଫିକେଟ୍ କରାଇ ଦେବା ନାଁରେ ଜଣେ ଶିକ୍ଷକଙ୍କଠାରୁ ୧୫୦୦ ଟଙ୍କା ଲାଞ୍ଚ ନେଉଥିବା ଅଭିଯୋଗରେ ବୁର୍ଲା ବଡ ମେଡିକାଲ୍ ମେଡିସିନ୍ ବିଭାଗର ଆଟେଣ୍ଡାଣ୍ଟ୍ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ତାଙ୍କ ନାଁ ଶତ୍ରୁଘ୍ନ ସେଠୀ। ତାଙ୍କୁ କୋର୍ଟ ଚାଲାଣ କରାଯାଇଛି।
ବୌଦ୍ଧ ଜିଲ୍ଲାର ଜଣେ ଶିକ୍ଷକ ବୁର୍ଲା ମେଡିକାଲରେ ଭର୍ତ୍ତି ହୋଇ ଚିକିତ୍ସିତ ହୋଇଥିଲେ। ସୁସ୍ଥ ହେବା ପରେ ପୁଣି ଥରେ ଚାକିରିରେ ଯୋଗ ଦେବା ପାଇଁ ସେ ଫିଟନେସ୍ ସାର୍ଟିଫିକେଟ୍ ଲୋଡିଥିଲେ। ବିଭାଗୀୟ ଡାକ୍ତରଙ୍କଠାରୁ ସାର୍ଟିଫିକେଟ୍ କରାଇ ଦେବା ପାଇଁ ଶତ୍ରୁଘ୍ନ ତାଙ୍କୁ ୧୫୦୦ ଟଙ୍କା ଲାଞ୍ଚ ମାଗିଥିଲେ। ଆଜି ସେ ୧୫୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଅଧିକାରୀମାନଙ୍କ ହାତରେ ଧରାପଡ଼ିଥିଲେ। ସେ ଲାଞ୍ଚ ଗ୍ରହଣ କରୁଥିବା କଥାକୁ ସ୍ୱୀକାର କରିଛନ୍ତି। ତେବେ ସେ କହିଛନ୍ତି ଯେ ଟଙ୍କା ଦେବା ପାଇଁ ଶିକ୍ଷକ ଜଣଙ୍କୁ କହି ନଥିଲେ। ସେ ତାଙ୍କ ଆଡୁ ଟଙ୍କା ଦେଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ପୁଲିସ୍ ମାରିଛି ପୋଷ୍ଟର- ଅଭିଯୁକ୍ତକୁ ଧରାଇ ଦିଅ, ଲକ୍ଷେ ଟଙ୍କା ନିଅ
ସଂପୃକ୍ତ ଅଭିଯୁକ୍ତର ୨ଟି ଫଟୋ ଜାରି କରିଛି ସମ୍ବଲପୁର ପୁଲିସ୍। କୌଣସି ବ୍ୟକ୍ତି ଅଭିଯୁକ୍ତ ସମ୍ପର୍କରେ ସୂଚନା ଦେଲେ ତାଙ୍କୁ ଲକ୍ଷେ ଟଙ୍କା ପୁରସ୍କାର ରାଶି ଦିଆଯିବ ବୋଲି ପୁଲିସ କହିଛି।
Crime
ସେହି କାଳ ରାତି ନେଇଗଲା ୨ ବିଜେପି ନେତାଙ୍କ ଜୀବନ
କାରରେ ଥିଲେ ୬ ଜଣ। ଆଗରେ ବସିଥିଲେ ଡ୍ରାଇଭରଙ୍କ ସମେତ ୨ ଜଣ। ପଛରେ ବସିଥିଲେ ୪ ଜଣ। ହାଇୱା ୩ ଥର ଦେଇଥିଲା ଧକ୍କା। ଏଥିରେ ବିଜେପିର ଗୋଶାଳା ମଣ୍ଡଳ ସଭାପତି ଦେବେନ୍ଦ୍ର ନାୟକ ଓ ପୂର୍ବତନ ସରପଞ୍ଚ ମୁରଲୀଧର ଛୁରିଆଙ୍କ ମୃତ୍ୟୁ ଘଟିଥିଲା।
Crime
ଘରେ ଚୋରି କରିବାକୁ ପଶିଥିଲା ଚୋର, କିଛି ନମିଳିବାରୁ ମହିଳାଙ୍କୁ...
ଚୋରି କରିବାକୁ କୌଣସି ମୂଲ୍ୟବାନ ସାମଗ୍ରୀ ନପାଇବାରୁ ଘରେ ଥିବା ମହିଳାଙ୍କୁ ଚୁମ୍ବନ ଦେଇ ପଳାଇଲା ଚୋର। ମହିଳାଙ୍କ ଅଭିଯୋଗ ପରେ ଅଭିଯୁକ୍ତ ଚୋରକୁ ଧରିଛି ପୁଲିସ।
Crime
ଆଇସିୟୁରେ ରଖି କରାଯାଉଥିଲା ଚିକିତ୍ସା, ଡାକ୍ତରଖାନା ଛାତରୁ ପଡ଼ି ଚାଲିଗଲା ଜୀବନ
କଡ଼ା ସୁରକ୍ଷା ମଧ୍ୟରେ ରହୁଥିବା ଆଇସିୟୁରୁ ଜଣେ ରୋଗୀ ବାହାରକୁ ଆସିଲେ କେମିତି ?
Crime
ସାମାନ୍ୟ ବଚସା ହେଲା କାଳ; ସାଙ୍ଗ ଭୁଷି ଦେଲା ଛୁରୀ
ହଠାତ୍ ଉଭୟଙ୍କ ମଧ୍ୟରେ ପ୍ରବଳ ଝଗଡ଼ା ହୋଇଥିଲା। । ଏଥିରେ ଉତ୍ତ୍ୟକ୍ତ ହୋଇ ବିନୟ ପାଖରେ ଥିବା ଏକ ଛୁରୀରେ ଅନ୍ତିଆଙ୍କୁ ଭୁଷି ଦେଇଥିଲେ।