ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଗାଙ୍ଗପୁର ଗାଁରେ ଜଣେ ନାବାଳିକାକୁ ଏସିଡ ମାଡ଼ ଘଟଣାର ଅନ୍ୟତମ ଅଭିଯୁକ୍ତ ତୋଫାନ୍ ସାହୁକୁ ବଡ଼ଗଡ଼ ପୋଲିସ୍ ଆଜି ଗିରଫ କରିଛି। ଗତକାଲି ମୁଖ୍ୟ ଅଭଯୁକ୍ତ ଲିପୁନ ବିଷୋୟୀକୁ ଗିରଫ କରିଥିଲା।
ଆଜି ମଧ୍ୟ ପୀଡ଼ିତା ମାମୁନିଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସଙ୍କଟାପନ୍ନ ରହିଥିବା ଏମ୍କେସିଜି ଡାକ୍ତରଖାନା ସୂତ୍ରରୁ ଜଣାପଡ଼ିଛି।
ଗତ ଶନିବାର ରାତିରେ ପୀଡ଼ିତା ଘରେ ଶୋଇଥିଲେ। ଏହି ସମୟରେ କିଛି ଯୁବକ ତାଙ୍କ ଘରେ ତାଙ୍କୁ ଏସିଡ ମାଡ଼ କରିଥିବା ଅଭିଯୋଗ ହୋଇଥିଲା। ଫଳରେ ମାମୁନିଙ୍କ ମୁହଁ, ଛାତି ଓ ଦୁଇ ହାତ ସମେତ ଶରୀରର ୫୦ଭାଗ ଜଳିଥିଲା। ପ୍ରେମ ବ୍ୟାପାରକୁ ନେଇ ଏଭଳି ଘଟଣା ଘଟିଥିବା ଅଭିଯୋଗ ହେଉଛି। ପୋଲିସ୍ ଘଟଣାର ତଦନ୍ତ ଚଳାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ହଂସିକା ଓ ଅନୀଲଙ୍କ ସମ୍ପତ୍ତି ଶହେ କୋଟି ପାର୍ କଲାଣି!
ପୂର୍ବରୁ ପୋର୍ସେ, ଜାଗୁଆର, BMW ଭଳି ୬ଟି ଦାମୀ କାର୍ ପରେ ଆଜି ୩କୋଟି ଟଙ୍କାର ଏକ ମର୍ସିଡିଜ କାର ଜବତ କରିଛି କମିସନ୍ରେଟ୍ ପୁଲିସ୍। ଏକ ପରିତ୍ୟକ୍ତ ସ୍ଥାନରେ କାରଟି ଲୁଚାଇ ରଖାଯାଇଥିଲା।
Crime
୮ ବର୍ଷ ତଳେ ଗିରଫ ହୋଇଥିଲେ, ତଥାପି ସୁଧୁରିଲେନି; ପୁଣି ଲାଞ୍ଚ ନେଇ ବନ୍ଧା ହେଲେ
ଲାଞ୍ଚ ନେଇ ଧରାପଡ଼ିବା ପରେ ଏଆରଆଇ ଶ୍ରୀ ବେହେରାଙ୍କ ଦୁଇଟି ଠିକଣାରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା।
Crime
ମିଛ ଚିଠି ଦେଖାଇଥିଲେ, ଭାଙ୍ଗିପାରେ ବୈକୁଣ୍ଠଧାମ ଆଶ୍ରମ
ଭୁବନେଶ୍ୱର ଘାଟିକିଆ ମୌଜାର ଖାତା ନଂ 2333ର ପ୍ଲଟ ନଂ 1215 ଉପରେଥିବା ବୈକୁଣ୍ଠ ଧାମ ଆଶ୍ରମର ନିର୍ମାଣ ହୋଇଛି। ଏହା ଉପରେ କୌଣସି କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ ନକରିବାକୁ ଗତ ନଭେମ୍ବର ମାସ 21 ତାରିଖରେ ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଜାରୀ କରିଥିଲେ।
Crime
୩ ପ୍ରେମିକ ଭଲ ପାଉଥିଲେ; ବାହା ହେବା ପାଇଁ ମନା କରିବାରୁ ମାରି ଝୁଲାଇ ଦେଲେ!
ଜେମାଙ୍କଠାରୁ ପ୍ରତ୍ୟାଖିତ ହେବା ପରେ ଏକ ତରଫା ପ୍ରେମିକମାନେ ଚିନ୍ତାରେ ପଡ଼ିଯାଇଥିଲେ। ପ୍ରତିଶୋଧ ପରାୟଣା ହୋପଡ଼ିଥିଲେ। ଜେମାଙ୍କୁ ରାସ୍ତାରୁ ହଟାଇବା ପାଇଁ ଯୋଜନା କରିଥିଲେ। ଆଜି ଅପରାହ୍ନରେ ଜେମାଙ୍କୁ ହତ୍ୟା କରି ଗାଁ ମୁଣ୍ଡ ଗଛରେ ଥିବା ଏକ ଗଛରେ ଝୁଲାଇ ଦେଲେ।
Crime
ଅନ୍ତରଙ୍ଗ ମୁହୂର୍ତ୍ତ ଫଟୋ ଭାଇରାଲ୍ କଲେ ପ୍ରେମିକ; ଝୁଲି ପଡ଼ିଲେ ପ୍ରେମିକା
ପରବର୍ତ୍ତୀ ସମୟରେ ଭାନୁ ବିବାହ ପାଇଁ ରାଜି ହୋଇନଥିଲେ। ଯେଉଁଥିପାଇଁ ଚିନ୍ତାରେ ପଡ଼ି ଯାଇଥିଲେ ଅନୀଲ୍। ଆଉ ନିଜ ପାଖରେ ଥିବା ଭାନୁଙ୍କ ଅନ୍ତରଙ୍ଗ ମୁହୂର୍ତ୍ତର ଫଟୋକୁ ସୋଶାଲ୍ ମିଡିଆରେ ଭାଇରାଲ କରି ଦେଇଥିଲେ।