Advertisment

ରାଜଧାନୀରେ ହୋଟେଲରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର; ହତ୍ୟା ନା ଆତ୍ମହତ୍ୟା

ହୋଟେଲ୍‌ କର୍ମଚାରୀମାନେ ଏନେଇ ଲକ୍ଷ୍ମୀସାଗର ଥାନାକୁ ଖବର ଦେଇଥିଲେ। ପୁଲିସ ହୋଟେଲରେ ପହଞ୍ଚି ଘଟଣାର ତଦନ୍ତ ଚଳାଇଛି। ମୃତ ଯୁବତୀଙ୍କ ପରିବାର ଲୋକଙ୍କୁ ଏନେଇ ଖବର ଦେଇଛି ପୁଲିସ୍‌।

Girl

Girl

Advertisment

ରାଜଧାନୀ ଭୁବନେଶ୍ୱରରେ ଏକ ହୋଟେଲରୁ ଜଣେ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର। ତେବେ ଏହା ହତ୍ୟା ନା ଆତ୍ମହତ୍ୟା, ତାହା ଜଣାପଡ଼ି ନାହିଁ। ସେପଟେ କମିଶନରେଟ୍‌ ପୁଲିସ୍‌ ଏନେଇ ମୁହଁ ଖୋଲୁନଥିବା ବେଳେ ଯୁବତୀଙ୍କ ବ୍ୟାଗ୍‌ ଜବତ କରି ଘଟଣାର ତଦନ୍ତ ଚଳାଇଛି।

Advertisment

ଭଦ୍ରକ ଜିଲ୍ଲା କୁଆବାଗ ଗାଁର ଶୁଭଲକ୍ଷ୍ମୀ ସାହୁ ଆଜି ଭୋର ପ୍ରାୟ ୩ଟା ୨୦ ମିନିଟ୍‌ରେ ଲକ୍ଷ୍ମୀସାଗର କଟକ ରୋଡ୍‌ରେ ଥିବା ଏକ ହୋଟେଲକୁ ଆସିଥିଲେ। ସେ ୨୦୫ ନମ୍ୱର ରୁମ୍‌ରେ ରହିଥିଲେ। ତା’ପରଠାରୁ ସେ କବାଟ ଖୋଳିନଥିଲେ। ମଧ୍ୟାହ୍ନ ଓ ସନ୍ଧ୍ୟା ବେଳେ ଲଜ ଷ୍ଟାଫ ଡାକିଥିଲେ ମଧ୍ୟ ଶୁଣିନଥିଲେ। ପରେ ହୋଟେଲ କର୍ମଚାରୀମାନେ କବାଟ ଭାଙ୍ଗି ରୁମ୍‌ ଭିତରେ ପଶିଥିଲେ। ସେତେବେଳେ ଫ୍ୟାନ୍‌ରେ ଝୁଲୁଥିଲେ ଶୁଭଲକ୍ଷ୍ମୀ। ଓଢ଼ଣୀରେ ଝୁଲି ପଡ଼ିଥିଲେ ଲକ୍ଷ୍ମୀପ୍ରିୟ।

ହୋଟେଲ୍‌ କର୍ମଚାରୀମାନେ ଏନେଇ ଲକ୍ଷ୍ମୀସାଗର ଥାନାକୁ ଖବର ଦେଇଥିଲେ। ପୁଲିସ ହୋଟେଲରେ ପହଞ୍ଚି ଘଟଣାର ତଦନ୍ତ ଚଳାଇଛି। ମୃତ ଯୁବତୀଙ୍କ ପରିବାର ଲୋକଙ୍କୁ ଏନେଇ ଖବର ଦେଇଛି ପୁଲିସ୍‌। ଆସନ୍ତା କାଲି ପରିବାର ଲୋକ ଆସିବା ପରେ ଶବ ଜବତ କରାଯାଇ ବ୍ୟବଚ୍ଛେଦ ପାଇଁ ପଠାଯିବ ବୋଲି ଜଣାପଡ଼ିଛି।

Advertisment

ଭୋରୁ ଭୋରୁ ହୋଟେଲ ଆସି କାହିଁକି ଆତ୍ମହତ୍ୟା କଲେ ଶୁଭଲକ୍ଷ୍ମୀ? ପ୍ରକୃତରେ ଏହା ଆତ୍ମହତ୍ୟା ନା ହତ୍ୟା, ତାହା ଜଣାପଡ଼ି ନାହିଁ। କମିଶନରେଟ୍‌ ପୁଲିସ୍‌ ବିଭିନ୍ନ ଦିଗରେ ତଦନ୍ତ ଚଳାଇଛି।

Bhubaneswar Bhubaneswar News
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe