ହଷ୍ଟେଲରୁ ଡାକ୍ତରୀ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ମୃତ ଛାତ୍ରୀଙ୍କ ଘର ପଶ୍ଚିମବଙ୍ଗ ହୁଗୁଳିରେ ବୋଲି ଜଣାପଡ଼ିଛି।

representation image

  • Published: Friday, 06 October 2023
  • , Updated: 06 October 2023, 12:42 PM IST

ହଷ୍ଟେଲରୁ ଡାକ୍ତରୀ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ଏପରି ଘଟଣା ଘଟିଛି ରାଜଧାନୀ ଭୁବନେଶ୍ୱରରେ। ଛାତ୍ରୀ ଜଣଙ୍କ ଭୁବନେଶ୍ୱରର ଏକ ଘରୋଇ ମେଡିକାଲ କଲେଜରେ ପଢ଼ୁଥିଲେ।

ସେ ଡେଣ୍ଟାଲ ବିଭାଗର ଦ୍ୱିତୀୟ ବର୍ଷ ଛାତ୍ରୀ ଥିଲେ। ମୃତ ଛାତ୍ରୀଙ୍କ ଘର ପଶ୍ଚିମବଙ୍ଗ ହୁଗୁଳିରେ ବୋଲି ଜଣାପଡ଼ିଛି।

ଛାତ୍ରୀ ଜଣଙ୍କ କେଉଁ କାରଣ ପାଇଁ ଆତ୍ମହତ୍ୟା କଲେ ତା’ର କାରଣ ଜଣାପଡ଼ି ନାହିଁ। ପୁଲିସ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି। କେଉଁ କାରଣ ପାଇଁ ଛାତ୍ରୀ ଜଣଙ୍କ ଆତ୍ମହତ୍ୟା କଲେ ସେନେଇ ହଷ୍ଟେଲରେ ରହୁଥିବା ଅନ୍ୟ ଡାକ୍ତରୀ ଛାତ୍ରଛାତ୍ରୀ଼ଙ୍କୁ ପଚରାଉଚରା କରୁଛି ଓ ଘଟଣାର ଖୋଳତାଡ କରୁଛି।

Related story