/odisha-reporter/media/post_attachments/uploadimage/library/16_9/16_9_0/IMAGE_1691143972.jpeg)
Nrusingha Charan Rout
ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଜଗତସିଂହପୁର ଜିଲ୍ଲା ଏରସମା ତହସିଲର ଗୋଡ଼ା ରାଜସ୍ୱ ନିରୀକ୍ଷକ (ଆରଆଇ) ନୃସିଂହ ଚରଣ ରାଉତ।
Advertisment
ନୃସିଂହ ଆଜି ଜଣେ ବ୍ୟକ୍ତିଙ୍କଠାରୁ ୬ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ। ଏକ ଜମି ମ୍ୟୁଟେସନ ମାମଲାରେ ଉକ୍ତ ବ୍ୟକ୍ତିଙ୍କ ସପକ୍ଷରେ ରିପୋର୍ଟ ଦେବା ପାଇଁ ଆରଆଇ ନୃସିଂହ ଚରଣ ରାଉତ ଏହି ଲାଞ୍ଚ ନେଉଥିଲେ। ତାଙ୍କଠାରୁ ସମସ୍ତ ଲାଞ୍ଚ ଅର୍ଥ ଜବତ କରାଯାଇଛି।
ଲାଞ୍ଚ ନେଇ ଧରାପଡ଼ିବା ପରେ ନୃସିଂହ ଚରଣ ରାଉତଙ୍କ ଦୁଇଟି ଠିକଣାରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ସେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ସନ୍ଦେହରେ ଭିଜିଲାନ୍ସ ପକ୍ଷରୁ ଏହି ଚଢ଼ାଉ କରାଯାଇଛି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
