Advertisment

ହଣାହଣି ହେଲେ ସରପଞ୍ଚଙ୍କ ସ୍ୱାମୀ ଓ ସମିତି ସଭ୍ୟ; ଉଭୟ ମେଡ଼ିକାଲ୍‌ରେ

ଇଟାମାଟି ଥାନା ଶରଧାପୁର ପଞ୍ଚାୟତର ବିଜେଡି ସମର୍ଥିତ ସରପଞ୍ଚଙ୍କ ସ୍ୱାମୀ ହେଉଛନ୍ତି ସନ୍ତୋଷ କୁମାର ମୁଦୁଲି। ସେହି ପଞ୍ଚାୟତର ସମିତି ସଭ୍ୟ ସୁଜିତ କୁମାର ପ୍ରଧାନ ହେଉଛନ୍ତି ବିଜେପି ସମର୍ଥିତ। ଉଭୟଙ୍କ ଘର ପାଖାପାଖି।

Nayagarh

Nayagarh

Advertisment

ନୟାଗଡ଼ରେ ରାଜନୈତିକ ହିଂସାକାଣ୍ଡ! ହଣାହଣି ହେଲେ ସରପଞ୍ଚଙ୍କ ସ୍ୱାମୀ ଓ ସମିତି ସଭ୍ୟ। ଉଭୟଙ୍କୁ ରକ୍ତାକ୍ତ ଅବସ୍ଥାରେ ଉଦ୍ଧାର କରାଯାଇ ଭୁବନେଶ୍ୱରରେ ଏକ ମେଡ଼ିକାଲ୍‌ରେ ଭର୍ତ୍ତି କରାଯାଇଛି। ପୁଲିସ୍‌ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି।

Advertisment

ଇଟାମାଟି ଥାନା ଶରଧାପୁର ପଞ୍ଚାୟତର ବିଜେଡି ସମର୍ଥିତ ସରପଞ୍ଚଙ୍କ ସ୍ୱାମୀ ହେଉଛନ୍ତି ସନ୍ତୋଷ କୁମାର ମୁଦୁଲି। ସେହି ପଞ୍ଚାୟତର ସମିତି ସଭ୍ୟ ସୁଜିତ କୁମାର ପ୍ରଧାନ ହେଉଛନ୍ତି ବିଜେପି ସମର୍ଥିତ। ଉଭୟଙ୍କ ଘର ପାଖାପାଖି। ନିର୍ବାଚନ ପରଠାରୁ ଉଭୟଙ୍କ ଭିତରେ ଶତ୍ରୁତା ଲାଗି ରହିଥିଲା। ଆଜି ସେହି ଶତ୍ରୁତା ଉଗ୍ର ରୂପ ଧାରଣ କରିଥିଲା। ଉଭୟ ପରସ୍ପରକୁ ଖଣ୍ଡ ଓ ଭୁଜାଲିରେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ହେଲେ ପ୍ରଥମେ କିଏ କାହାକୁ ଆକ୍ରମଣ କରିଛି, ତାହା ଜଣାପଡ଼ି ନାହିଁ। ଉଭୟ ପରସ୍ପରକୁ ଦୋଷ ଦେଉଛନ୍ତି।

ସିଏ ଯାହା ହେଉନା କାହିଁ ଆକ୍ରମଣ ଓ ପ୍ରତିଆକ୍ରମଣରେ ଉଭୟ ରକ୍ତାକ୍ତ ହୋଇଥିଲେ। ଗାଁ ଲୋକେ ଉଭୟଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ସେମାନଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ଭୁବନେଶ୍ୱର ସ୍ଥାନାନ୍ତରିତ କରାଯାଇଛି। ଉଭୟଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଉଦ୍‌ବେଗ ଜନକ ରହିଛି। ଇଟାମାଟି ଥାନା ପୁଲିସ ଘଟଣାର ତଦନ୍ତ କରୁଛି।

Advertisment
BjD Bjp Nayagarh
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe