ଗୁଣୁପୁର: ରାୟଗଡା ଜିଲ୍ଲା ଗୁଣପୁର ଥାନା ଅଞ୍ଚଳର ପୃଥକ ପୃଥକ ଚୋରି ମାମଲାରେ ଜଣେ ବ୍ୟବସାୟୀ ସହ ୮ ଜଣଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଗତ ତିନି ମାସ ମଧ୍ୟରେ ଗୁଣପୁର ସହରର ବିଭିନ୍ନ ଅଞ୍ଚଳରୁ ଚୋରି କରି ପୋଲିସ୍ ଆଖିରେ ଧୂଳି ଦେଇ ଖସି ପାଇବାକୁ ସକ୍ଷମ ହେଉଥିଲେ। ଗିରଫ ଯୁବକମାନେ ହେଲେ ରାୟଗଡା ଅଞ୍ଚଳର ପି.ଶ୍ରୀକାନ୍ତ (୨୦), ରବିଶଙ୍କର ମହାନନ୍ଦିଆ(୨୩), ପ୍ରକାଶ ଖୁରା(୨୧), ଏମ୍.ସୁର୍ଯ୍ୟସିରାଜ(୪୦), ଗୁଣପୁରର ପି.ରାମବାବୁ(୨୦), ପି.ମାଲେଶ୍(୧୯), ପି.ଚିନାରାଇଡୁ(୧୯) ଓ ପି.ବିନୋଦ(୨୦) ବୋଲି ଜଣାପଡିଛି। ଏଥି ସହ ସେମାନଙ୍କଠାରୁ ଗୋଟିଏ ବାଇକ୍, ୪ଟି ମୋବାଇଲ୍, ରୂପା ୩୫୦ ଗ୍ରାମ୍, ସୁନା କାନଫୁଲ ୨ ହଳ ଓ ଅନ୍ୟାନ୍ୟ ଜିନିଷ ଜବତ ହୋଇଛି ଗୁଣପୁର ଆଇଆଇସି ଗୌରହରି ସାହୁ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଦୁଇ ଶ୍ରମିକଙ୍କୁ ଅପହରଣ କରି ମାଗୁଥିଲେ ଟଙ୍କା, ବନ୍ଧା ହେଲେ ଦୁଇ ଯୁବକ
ଗତ ୫ ତାରିଖ ଦିନ ହାଡିଆପଠାରେ କିଛି ନିଶାସକ୍ତ ଯୁବକଙ୍କ ସହ ସେମାନଙ୍କର ପାଟିତୁଣ୍ଡ ହୋଇଥିଲା। ଏହାପରେ ଯୁବକମାନେ ଦୁଇ ଶ୍ରମିକଙ୍କୁ ଉଠାଇ ନେଇ ଯୋବ୍ରା ଅଞ୍ଚଳର ପରିତ୍ୟକ୍ତ ଘରେ ରଖିଥିଲେ।
Crime
ରାଜଧାନୀରେ ଚାଞ୍ଚଲ୍ୟ; ଚଳନ୍ତା ସ୍କୁଟିରେ ଯାଉଥିବା ଯୁବକଙ୍କୁ ଚୋଟ, ମୁଣ୍ଡ-ଗଣ୍ଡି ଅଲଗା
ଆଜି ସକାଳ ପ୍ରାୟ ୮ଟା ବେଳେ ରସୁଲଗଡ଼ରୁ ବାଣୀବିହାର ଓଭରବ୍ରିଜ ଉପରେ ଜଣେ ଯୁବକ ସ୍କୁଟିରେ ଯାଉଥିଲେ। ଏହି ସମୟରେ ପଛରୁ ଏକ ବାଇକ୍ରେ ଆସିଥିବା ଦୁଇ ଯୁବକ ଚଳନ୍ତା ଗାଡ଼ିରେ ଯାଉଥିବା ଯୁବକଙ୍କୁ ଏକ ମାରଣାସ୍ତ୍ରରେ ଚୋଟ ପକାଇଥିଲେ।
Crime
ପୁଲିସ୍ ମାରିଛି ପୋଷ୍ଟର- ଅଭିଯୁକ୍ତକୁ ଧରାଇ ଦିଅ, ଲକ୍ଷେ ଟଙ୍କା ନିଅ
ସଂପୃକ୍ତ ଅଭିଯୁକ୍ତର ୨ଟି ଫଟୋ ଜାରି କରିଛି ସମ୍ବଲପୁର ପୁଲିସ୍। କୌଣସି ବ୍ୟକ୍ତି ଅଭିଯୁକ୍ତ ସମ୍ପର୍କରେ ସୂଚନା ଦେଲେ ତାଙ୍କୁ ଲକ୍ଷେ ଟଙ୍କା ପୁରସ୍କାର ରାଶି ଦିଆଯିବ ବୋଲି ପୁଲିସ କହିଛି।
Crime
ସେହି କାଳ ରାତି ନେଇଗଲା ୨ ବିଜେପି ନେତାଙ୍କ ଜୀବନ
କାରରେ ଥିଲେ ୬ ଜଣ। ଆଗରେ ବସିଥିଲେ ଡ୍ରାଇଭରଙ୍କ ସମେତ ୨ ଜଣ। ପଛରେ ବସିଥିଲେ ୪ ଜଣ। ହାଇୱା ୩ ଥର ଦେଇଥିଲା ଧକ୍କା। ଏଥିରେ ବିଜେପିର ଗୋଶାଳା ମଣ୍ଡଳ ସଭାପତି ଦେବେନ୍ଦ୍ର ନାୟକ ଓ ପୂର୍ବତନ ସରପଞ୍ଚ ମୁରଲୀଧର ଛୁରିଆଙ୍କ ମୃତ୍ୟୁ ଘଟିଥିଲା।
Crime
ଘରେ ଚୋରି କରିବାକୁ ପଶିଥିଲା ଚୋର, କିଛି ନମିଳିବାରୁ ମହିଳାଙ୍କୁ...
ଚୋରି କରିବାକୁ କୌଣସି ମୂଲ୍ୟବାନ ସାମଗ୍ରୀ ନପାଇବାରୁ ଘରେ ଥିବା ମହିଳାଙ୍କୁ ଚୁମ୍ବନ ଦେଇ ପଳାଇଲା ଚୋର। ମହିଳାଙ୍କ ଅଭିଯୋଗ ପରେ ଅଭିଯୁକ୍ତ ଚୋରକୁ ଧରିଛି ପୁଲିସ।